Legatus

ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା : କୃଷି ଅନୁକୂଳ ପର୍ବ

 Breaking News

ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା : କୃଷି ଅନୁକୂଳ ପର୍ବ

ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା : କୃଷି ଅନୁକୂଳ ପର୍ବ
May 10
08:52 2024

ପୁରୀ,୧୦/୫: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା ଆଜି ପବିତ୍ର ଅକ୍ଷୟ ତୃତୀୟା। ଆଜିଠୁ ଆରମ୍ଭ ହେବ ରଥ ନିର୍ମାଣ ଅନୁକୁଳ ନୀତି ଓ ଚନ୍ଦନଯାତ୍ରା। ଏଥିପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ସମ୍ମୁଖରେ ତିନୋଟି ୧୨ ଫୁଟିଆ ଧଉରା କାଠକୁ ରଖାଯାଇଛି।
ଆଜ୍ଞାମାଳ ଆସିବା ପରେ ପୂଜାର୍ଚ୍ଚନା କରାଯାଇ ରଥକାଠ ଅନୁକୁଳ ପରେ ରଥନିର୍ମାଣର ବିଧି ଆରମ୍ଭ ହେବ। ଶ୍ରୀମନ୍ଦିରରୁ ବିମାନ ବିଜେ କରିବା ପରେ ରଥଖଳାରେ ବନଯାଗ ବିଧିରେ ପୁଜାର୍ଚ୍ଚନା କରାଯିବ। ତା’ପରେ ବ୍ରାହ୍ମଣ ମାନେ କୁରାଢିରେ କାଠକୁ ଛୁଇଁବେ।
ସମସ୍ତ ମହାରଣା ଓ ଭୋଇ ସର୍ଦ୍ଦାର, ରୂପକାର, ଚିତ୍ରକାର, ମୁଖ୍ୟ ସେବାୟତଙ୍କୁ ଶାଢି ବନ୍ଧାଯିବ। ଏହାପରେ ଆରମ୍ଭ ହେବ ମହାପ୍ରଭୁଙ୍କ ଚଳିତ ବର୍ଷର ରଥ ନିର୍ମାଣ ବିଧି। ଆଉ ଚଳଚଞ୍ଚଳ ହୋଇପଡିବ ରଥଖଳା।
ସେହିପରି ଆଜିଠୁ ୨୧ ଦିନ ଧରି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ଚନ୍ଦନ ଯାତ୍ରା। ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ହେବ। ସେହିପରି ଉତ୍କଳୀୟ ପରମ୍ପରା
ଅନୁଯାୟୀ ଗାଁ ଗହଳିରେ ଆଜି ଅକ୍ଷିମୁଠି ଅନୁକୁଳ କରାଯିବାର ବିଧି ରହିଛି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31