Indus Valley Times

ଆଜି ହେଉଛି ମଣ୍ଡପରେ ମା’ ଦୁର୍ଗାଙ୍କ ଷଷ୍ଠୀ ପୂଜା

 Breaking News

ଆଜି ହେଉଛି ମଣ୍ଡପରେ ମା’ ଦୁର୍ଗାଙ୍କ ଷଷ୍ଠୀ ପୂଜା

October 11
09:54 2021

ଭୁବନେଶ୍ୱର, ୧୧/୧୦ : ଆଜି ହେଉଛି ମଣ୍ଡପରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଷଷ୍ଠୀ ପୂଜା । ହେଲେ ଗତ ଥର ପରି ଏଥରର ବି କରୋନା କଟକଣା ଯୋଗୁଁ ଲୋକଙ୍କ ମଧ୍ୟରେ ସେଭଳି ଉତ୍ସାହ ଦେଖିବାକୁ ମିଳିନି।
ଏହାବାଦ ପୂଜା ସମୟରେ ସଂକ୍ରମଣ ଉପର ମୁହାଁ ହେବା ଆଶଙ୍କା କରି ଦୈତ୍ୟ ନଗରୀ କଟକ ଓ ଭୁବନେଶ୍ୱରରେ ଆଜିଠୁ କଡ଼ାକଡ଼ି ହେବ ନାଇଟ୍ କର୍ଫ୍ୟୁ। ଆଜିଠୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଟ୍ୱିନସିଟିରେ ରାତି ୮ଟାରୁ ଭୋର୍ ୫ଟା ଯାଏଁ ଲାଗୁ ହେବ ନାଇଟ୍ କର୍ଫ୍ୟୁ ।
ପାର୍ବଣ ବେଳେ ବଜାରରେ ଗହଳି ହେବା ଯୋଗୁ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ତେଣୁ ଏହାକୁ ନିୟନ୍ତ୍ରଣ କରିବାକୁ ପୁଲିସ୍ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ଏହି ସମୟରେ ଲୋକମାନେ ନିୟମ ପାଳନରେ ସହଯୋଗ କରିବାକୁ ପୋଲିସ କମିଶନର ଅପିଲ୍ କରିଛନ୍ତି ।
ତେବେ ଏହି କଟକଣା ନମାନିଲେ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।
ଏନେଇ ପୁଲିସ୍ କମିଶନର କହିଛନ୍ତି, ଯେପରି ରାତି ୮ଟା ପରେ କଟକ, ଭୁବନେଶ୍ୱରରେ କଟକଣାକୁ କଡ଼ାକଡ଼ି ପାଳନ କରାଯିବା ସହ ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯିବ। ନିୟମ ଖିଲାପ କଲେ ଅମାନିଆ ଭୋଗିବେ ଦଣ୍ଡ ।
ଏଥିସହ ଦାଦାବଟିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। କିଏ ଦାଦାବଟି ଆଦାୟ କରୁଥିବାର ନଜର ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେହିପରି ଦୁର୍ଗାପୂଜା ବେଳେ ସର୍ତକ ରହିବା ସହ ନିୟମ ପାଳନ କରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ସିପି ।
ଏଥିସହ ପାର୍ବଣ ବେଳେ କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ କମିଶନରେଟ ପୁଲିସ୍ର ସ୍କାନରରେ ରହିବେ ଅପରାଧୀ। ଅପରାଧୀଙ୍କ ଉପରେ କଡ଼ା ନଜର ରଖିବ କମିଶନରେଟ୍ ପୋଲିସ୍ ।
ଟ୍ୱିନ୍ ସିଟିରେ ପେଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସିପି ଚେତାବନୀ ଦେଇଛନ୍ତି।
କୋଭିଡ୍ ନିୟମ ଅନୁଯାୟୀ ମଣ୍ଡପରେ ପୂଜା ଆୟୋଜନ କରିବାକୁ ପରାମର୍ଶ ଦେଇଛନ୍ତି ସିପି। ଏଥିସହ ରେଭ୍ ପାର୍ଟିରେ ନିଶା ସେବନ ଉପରେ କଡ଼ା ନଜର ରହିବ । ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାର‌୍ୟ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ସିପି।
ଅପରପକ୍ଷେ, ମଣ୍ଡପରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲାଗୁ କରାଯାଇଥିବାରୁ ଫେସବୁକ୍, ୟୁଟ୍ୟୁବ ମାଧ୍ୟମରେ ପୂଜାର ଲାଇଭ୍ ବ୍ୟବସ୍ଥା କରିଛନ୍ତି ବିଭିନ୍ନ ପୂଜା କମିଟି । ସେପଟେ ଦେବୀ ପୀଠ ଗୁଡିକରେ ମା’ଙ୍କ ସପ୍ତମୀ ପୂଜା ହେଉଛି ।
ଗତକାଲି କଟକ ଚଣ୍ଡୀ ଓ ଗଡ଼ଚଣ୍ଡୀ ଗାୟତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ତେବେ ପ୍ରଶାସନର କରୋନା ପାଇଁ ଗତବର୍ଷ ଭଳି ଏବର୍ଷ ମଧ୍ୟ ଦଶହରା ପ୍ରସ୍ତୁତି ସମ୍ପୂର୍ଣ୍ଣ ଫିକା ହୋଇଯାଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031