Indus Valley Times

ଆରପାରିରେ ସମୀର ଦେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ

 Breaking News

ଆରପାରିରେ ସମୀର ଦେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ

November 18
18:19 2024

କଟକ,୧୮/୧୧: କଟକ ଖାନନଗର ମଶାଣିରେ ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଶେଷକୃତ୍ୟ କରାଯିବ। ଏ ନେଇ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୂଚନା ଦେଇଛନ୍ତି। ମରଶରୀରକୁ ବିଧାନସଭା ଓ ସେଠାରୁୁ ଭାଜପା କାର୍ଯ୍ୟାଳୟ ନିଆଯିବ। ଭୁବନେଶ୍ୱରରୁ ପୁଣି କଟକ ପୈତୃକ ଘରକୁ ନିଆଯିବ। ପରେ ଖାନ୍ନଗର ମଶାଣି ନିଆଯାଇ ସେଠାର ଶେଷକୃତ୍ୟ କରାଯିବ।
ସୂଚନାଯୋଗ୍ୟ, ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର। ନିମୋନିଆ, କିଡ଼ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ।
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଭାଜପା ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୨୦୦୦ରୁ ୨୦୦୪ ପର‌୍ୟ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର‌୍ୟ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031