Legatus

ଆରମ୍ଭ ହେଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା, ୧୩ ଯାଏ ଚାଲିବ

 Breaking News

ଆରମ୍ଭ ହେଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା, ୧୩ ଯାଏ ଚାଲିବ

ଆରମ୍ଭ ହେଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା, ୧୩ ଯାଏ ଚାଲିବ
July 07
10:34 2023

ଭୁବନେଶ୍ବର,୭/୭: ଆଜିଠାରୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ଆରମ୍ଭ ହୋଇଛି। ୭ରୁ ୧୩ ତାରିଖ ଯାଏ ସକାଳ ୯ଟାରୁ ସନ୍ଧ୍ୟା ୫ଟା ଯାଏ ଏହି ନାମଲେଖା ପ୍ରକ୍ରିୟା ଜାରି ରହିବ। ଗତକାଲି ପ୍ରଥମ ପର୍ଯ୍ୟାୟ ମେଧାତାଲିକାରେ ସିଟ ଆବଣ୍ଟନ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଏହି ନାମଲେଖା ପ୍ରକ୍ରିୟା ରେ ସୁଯୋଗ ମିଳିବ। ଚଳିତବର୍ଷ ୪ ଲକ୍ଷ ୭୨ ହଜାର ୨୭୯ ପିଲା ଆବେଦନ କରିଥିଲେ। ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ ହଜାର ୩୬୮ ଜଣ।
କଳାରେ ସର୍ବାଧିକ ୨ ଲକ୍ଷ ୫୩ ହଜାର ୧୭୮ ଜଣ, ବାଣିଜ୍ୟରେ ୨୫ ହଜାର ୧୬୮ ଓ ବିଜ୍ଞାନରେ ୧ଲକ୍ଷ ୨୧ ହଜାର ୨୩ ଜଣ ମନୋନୀତ ହୋଇଛନ୍ତି। ବାକି ୫୯ ହଜାର ୯୧୧ ପିଲା ଦ୍ୱିତୀୟ ଓ ସ୍ପଟ୍ ଆଡ଼ମିଶନ ପାଇଁ ରହିଯାଇଛନ୍ତି। ଏହାରି ଭିତରେ ଗତକାଲି ପ୍ରକାଶ ପାଇସାରିଛି କଟ୍ ଅଫ୍ ତାଲିକା। ବିଜ୍ଞାନ, ବାଣିଜ୍ୟ ଏବଂ କଳା, ସବୁ ଷ୍ଟ୍ରିମରେ ଛାତ୍ରଛାତ୍ରୀଙ୍କ ପ୍ରଥମ ପସନ୍ଦ ରହିଛି ରେଭେନ୍ସା।
ଜୁଲାଇ ୧୯ ରେ ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ ମେରିଟ ଲିଷ୍ଟ। ୨୦ ରୁ ୨୨ ଯାଏ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବ। ଏଥର ସ୍ପଟ୍ ସିଲେକ୍ସନ ପାଇଁ ଛାତ୍ରଛାତ୍ରୀସମସ୍ତ କଲେଜରେ ଆବେଦନ କରିପାରିବେ।
ସୂଚନାଯୋଗ୍ୟ, ଗତକାଲି ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ କଟଅଫ୍ ମାର୍କ ପ୍ରକାଶ ପାଇଥିଲା। ପ୍ରଥମ଼ ପର୍ଯ୍ୟାୟ କଟଅଫ୍ରେ ୪ ଲକ୍ଷ ୧୨ ହଜାର ୩୬୮ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି। ଏଥର ଯୁକ୍ତ ପ୍ରଥମ ପର୍ଯ୍ୟାୟ କଟଅଫ୍ରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟ ଆଗରେ ରହିଛି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31