Indus Valley Times

ଆସନ୍ତାକାଲି ଭୋଟ ଗଣତି ଏବଂ ରେଜଲ୍ଟ, କଡ଼ାସୁରକ୍ଷାରେ ଷ୍ଟ୍ରଙ୍ଗ ରୁମ୍

 Breaking News

ଆସନ୍ତାକାଲି ଭୋଟ ଗଣତି ଏବଂ ରେଜଲ୍ଟ, କଡ଼ାସୁରକ୍ଷାରେ ଷ୍ଟ୍ରଙ୍ଗ ରୁମ୍

ଆସନ୍ତାକାଲି ଭୋଟ ଗଣତି ଏବଂ ରେଜଲ୍ଟ, କଡ଼ାସୁରକ୍ଷାରେ ଷ୍ଟ୍ରଙ୍ଗ ରୁମ୍
June 03
11:12 2024

ଭୁବନେଶ୍ୱର, ୩/୬: ଆସନ୍ତାକାଲି ଭୋଟ ଗଣତି। ସାମନାକୁ ଆସିବ ନେତାଙ୍କ ଭାଗ୍ୟ ପରୀକ୍ଷାର ଫଳ। କାହାକୁ ଜନତା ମୁକୁଟ ପିନ୍ଧାଇବେ ଓ କାହାର ଆଶା ଆଶାରେ ରହିଯିବ ତାହା କାଲି ସ୍ପଷ୍ଟ ହୋଇଯିବ ।
ଏହା ପୂର୍ବରୁ ରାଜ୍ୟର ୬୯ଟି ସ୍ଥାନରେ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାରେ ରହିଛି ଇଭିଏମ୍ ଓ ଭିଭିପାଟ୍। ଷ୍ଟ୍ରଙ୍ଗରୁମ୍ ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସିସିଟିଭି ସର୍ଭେଲାନ୍ସ ଅଧୀନରେ ରହିଛି ଷ୍ଟ୍ରଙ୍ଗ ରୁମ୍। ଷ୍ଟ୍ରଙ୍ଗ ରୁମ୍ ବାହାରେ ଦିନ ରାତି ପଇଁତରା ମାରୁଛନ୍ତି ପୁଲିସ ।
ଭୁବନେଶ୍ୱର ବିଜେବି କଲେଜରେ ହୋଇଥିବା ଷ୍ଟ୍ରଙ୍ଗରୁମରେ କଡା ସୁରକ୍ଷା ବଳୟରେ ରହିଛି ଇଭିଏମ। ଉଭୟ CAPFଓ ଷ୍ଟେଟ୍ ଆର୍ମଡ଼ ପୁଲିସ ସହ କମିଶନରେଟ ପୋଲିସ ଷ୍ଟ୍ରଙ୍ଗ ରୁମ ଦାୟିତ୍ୱରେ ରହିଛନ୍ତି।
ସେପଟେ ରାଜ୍ୟରେ ନିର୍ବାଚନ ପରବର୍ତ୍ତୀ ଆଇନଶୃଙ୍ଖଳା ବଜାୟ ରଖିବାକୁ ଗୁରୁତ୍ୱ ଦେଇଛନ୍ତି ନିର୍ବାଚନ କମିଶନ। ଜୁନ୍ ୬ ପର‌୍ୟ୍ୟନ୍ତ ଓଡ଼ିଶାରେ ମୁତୟନ ରହିବେ ଅଧିକ ୭୦ କମ୍ପାନୀ CAPF। ଷ୍ଟ୍ରଙ୍ଗରୁମ୍, କାଉଣ୍ଟିଂ ସେଣ୍ଟରରେ ୨୫ କମ୍ପାନୀ ମୁତୟନ ନେଇ ନିଷ୍ପତ୍ତି ହୋଇଥିଲା। ତେବେ ନିର୍ବାଚନ ପରବର୍ତ୍ତୀ ଆଇନଶୃଙ୍ଖଳାକୁ ଦେଖି ଅଧିକ ଉଇଚୠ ମୁତୟନ ନିଷ୍ପତ୍ତି ନିଆଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031