Indus Valley Times

ଆସନ୍ତା ସୋମବାରଠାରୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

 Breaking News

ଆସନ୍ତା ସୋମବାରଠାରୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର

January 08
08:24 2022

ପୁରୀ, ୮/୧: ଆସନ୍ତା ସୋମବାରଠାରୁ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ। ସଂକ୍ରମଣ ବଢୁଥିବା କାରଣରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ନିଷ୍ପତ୍ତି। ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ। ଆଜି ବସିଥିବା ଛତିଶା ନିଯୋଗ-ଶ୍ରୀମନ୍ଦିର ପ୍ରଶାସନ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।
ଶ୍ରୀମନ୍ଦିର କେତେକ ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନର କେତେକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଯେଉଁଥିପାଇଁ ପ୍ରଶାସନ ଆଜି ଏପରି ନିଷ୍ପତ୍ତି ନେଇଛି। ତେବେ ବିଧି ଅନୁସାରେ ମହାପ୍ରଭୁଙ୍କ ନୀତିକାନ୍ତି ଚାଲିବ ବୋଲି ଜଣାପଡ଼ିଛି।
କରୋନାର କୋପ କମିବା ପରେ ଭକ୍ତଙ୍କ ପାଇଁ ଖୋଲିଥିଲା ଜଗା ଦୁଆର। ରବିବାର ଛାଡ଼ି ଅନ୍ୟ ୬ ଦିନ ଶ୍ରୀମନ୍ଦିରେ ମହାପ୍ରଭୁଙ୍କୁ ଦର୍ଶନ କରିପାରୁଥିଲେ ଭକ୍ତ। ସେଥିପାଇଁ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରତିଦିନ ହଜାର ହଜାର ଭକ୍ତ ଶ୍ରୀକ୍ଷେତ୍ର ଆସୁଥିଲେ। ମହୋଦଧୀରେ ବୁଡ଼ ପକାଇ ମହାପ୍ରଭୁଙ୍କୁ ଦର୍ଶନ କରୁଥିଲେ। ଶ୍ରୀମନ୍ଦିରରେ ପ୍ରବେଶ ପୂର୍ବରୁ କଠୋର କୋଭିଡ୍ କଟକଣା ପାଳନ କରାଯାଉଥିଲା। ଏହା ସତ୍ତ୍ୱେ କୋଭିଡ ବ୍ୟାପିଛି।
ଗତ କିଛିଦିନ ହେଲେ ରାଜ୍ୟରେ ଡେଲ୍ଟା ଓ ଓମିକ୍ରମ୍ କାୟା ବିସ୍ତାର କରୁଛି। ରାଜ୍ୟରେ ଦୁଇଟି ଯାକ ଷ୍ଟ୍ରେନ୍ ଦୃତଗତିରେ ମାଡ଼ି ଚାଲିଛି। ଯାହାକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ି ଚାଲିଛି। ତେବେ ଦ୍ରୁତ ସଂକ୍ରମଣରେ ବ୍ରେକ ଲଗାଇବା ପାଇଁ ଜିଲ୍ଲା ପ୍ରଶାସନ ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।

Tags
Share

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031