Indus Valley Times

ଆସନ୍ତା ୧୨ ଜୁନ୍‌ରୁ ୩୦ ସେପ୍ଟେମ୍ବର ଯାଏଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

 Breaking News

ଆସନ୍ତା ୧୨ ଜୁନ୍‌ରୁ ୩୦ ସେପ୍ଟେମ୍ବର ଯାଏଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ

ଆସନ୍ତା ୧୨ ଜୁନ୍‌ରୁ ୩୦ ସେପ୍ଟେମ୍ବର ଯାଏଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ
June 07
16:32 2024

ଶିମିଳିପାଳ, ୭/୬: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଟାଇଗର ରିଜର୍ଭ। ଆସନ୍ତା୧୨ ତାରିଖରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଟାଇଗର ରିଜର୍ଭ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଏନେଇ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି।
ବର୍ଷା ଋତୁ ଆଗମନ ହେଉଥିବା କାରଣରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶିମିଳିପାଳ ଟାଇଗର ରିଜର୍ଭକୁ ବନ୍ଦ ପାଇଁ ନୋଟିସ ଜାରି କରାଯାଇଛି।
ଅନ୍ୟପକ୍ଷରେ ଶିମିଳିପାଳ ଟାଇଗର ରିଜର୍ଭ ବନ୍ଦ ନେଇ ଘୋଷଣା କରାଯାଇଥିଲେ ହେଁ ଅଭୟାରଣ୍ୟ ମଧ୍ୟରେ ଥିବା ଜାମୁଆଣି, ଗୁରୁଗୁଡ଼ିଆ, କୁଁମାରୀ ଏବଂ ରାମତୀର୍ଥ ଇକୋ ଟୁରିଜିମ ଖୋଲା ରହିବ ବୋଲି ଅଭୟାରଣ୍ୟ କର୍ତ୍ତୃପକ୍ଷ ନୋଟିସ ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031