Indus Valley Times

ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାରେ କାଳବୈଶାଖୀ

 Breaking News

ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାରେ କାଳବୈଶାଖୀ

ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାରେ କାଳବୈଶାଖୀ
June 07
21:09 2022

ଭୁବନେଶ୍ବର ୭।୬: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏ ନେଇ ସତର୍କ କରାଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଏହି ୧୬ଟି ଜିଲ୍ଲା ମଧ୍ୟରେ ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ବର, ଯାଜପୁର, ଭଦ୍ରକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି ଓ ଗଜପତି ଜିଲ୍ଲା ସାମିଲ ଅଛି । ଏସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୬ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଏହି ସମୟରେ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିବ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031