Indus Valley Times

ଆସନ୍ତା ୨୫ ଯାଏ ରାଜ୍ୟରେ ପ୍ରବଳ ବର୍ଷା; ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

 Breaking News

ଆସନ୍ତା ୨୫ ଯାଏ ରାଜ୍ୟରେ ପ୍ରବଳ ବର୍ଷା; ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୫ ଯାଏ ରାଜ୍ୟରେ ପ୍ରବଳ ବର୍ଷା; ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
August 21
10:49 2025

ଭୁବନେଶ୍ୱର,୨୧/୮ : ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ବଜ୍ରପାତ ପାଇଁ ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲା ରହିଛି। ସେହିପରି ଶୁକ୍ରବାର ମଧ୍ୟ କେତେକ ଜିଳାରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031