Indus Valley Times

ଆସୁଛି ଘୂର୍ଣ୍ଣିବଳୟ: ବାତ୍ୟାର ସୂଚନା ନାହିଁ

 Breaking News

ଆସୁଛି ଘୂର୍ଣ୍ଣିବଳୟ: ବାତ୍ୟାର ସୂଚନା ନାହିଁ

October 17
17:42 2024

ଭୁବନେଶ୍ୱର,୧୭/୧୦: ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ ଆସନ୍ତା ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।
୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରସ୍ଥ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପରବର୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି।
ସେହିଭଳି ଶନିବାର ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଂଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031