Indus Valley Times

ଆସୁଥିବା ବାତ୍ୟା ପାଇଁ ଜିଲ୍ଲାପାଳମାନଙ୍କୁ ସଜାଗ କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର

 Breaking News

ଆସୁଥିବା ବାତ୍ୟା ପାଇଁ ଜିଲ୍ଲାପାଳମାନଙ୍କୁ ସଜାଗ କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର

ଆସୁଥିବା ବାତ୍ୟା ପାଇଁ ଜିଲ୍ଲାପାଳମାନଙ୍କୁ ସଜାଗ କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର
November 30
19:34 2021

ଭୁବନେଶ୍ୱର,୩୦/୧୧: ଆସୁଥିବା ବାତ୍ୟା ପାଇଁ ଜିଲ୍ଲାପାଳମାନଙ୍କୁ ସଜାଗ କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍ଆରସି)। ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆର୍ସି। ଅରେଂଜ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲା ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ କହିଲେ।
ଜଳ ବନ୍ଦୀ, ବନ୍ୟା ଭଳି ସ୍ଥିତି ଓ ଭୂସ୍ଖଳନ ହେବା ନେଇ ସତର୍କସୂଚନା ଜାରି କରିଛନ୍ତି। ଅହୋରାତ୍ର କଣ୍ଟ୍ରୋଲ ରୁମ୍ ଚାଲୁ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟଜୀବୀଙ୍କୁ ଦିଆଯାଇଥିବା ପରାମର୍ଶ କଡ଼ାକଡ଼ି ପାଳନ ନିର୍ଦ୍ଦେଶ ଦେଲେ ଏସ୍ଆର୍ସି।
ଏସ୍ଆରସିଙ୍କ କହିବା ଅନୁସାରେ ୩ ରୁ ୫ ତାରିଖ ପର‌୍ୟ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ କହିଛି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୩ ତାରିଖରେ ଗଜପତି, ଗଂଜାମ, ପୁରୀ, ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୪ ତାରିଖରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଗଂଜାମ, ପୁରୀ ଓ ଜଗତସିଂହପୁରର କେତେକ ଜାଗାରେ ଅତି ପ୍ରବଳ ବର୍ଷିପାରେ। ୫ ତାରିଖରେ ମଧ୍ୟ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଏସ୍ଆରସି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031