Indus Valley Times

ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି : ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

 Breaking News

ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି : ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି : ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ
September 26
12:19 2025

ଭୁବନେଶ୍ୱର,୨୬/୯ : ବଙ୍ଗୋପସାଗରରେ ଏବେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି।
ଶୁକ୍ରବାର ଏହା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଅବପାତରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ତେବେ ୨୭ ତାରିଖ ଶନିବାର ବେଳକୁ ଏହା ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।
ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ। ୩ଦିନ ଧରି ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେବା ସହ ସତର୍କ କରିଛି। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ନୂଆପଡ଼ାଠାରେ ସର୍ବାଧିକ ୮୧.୮ ମି.ମି ବର୍ଷା ରେକର୍ଡ କରାଯାଇଛି।
ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।
ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦-୫୦ କି.ମି. ରହିବା ସହ ଝଟକା ପବନ ୬୦ କି.ମି. ବେଗରେ ବହିବ ବୋଲି ସୂଚନା ଦିଆଯାଇଛି। ସେହିପରି ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କନ୍ଧମାଳ, ବାଲେଶ୍ୱର, ନୟାଗଡ଼ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟ ଜିଲାଗୁଡ଼ିକରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930