Indus Valley Times

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଅକ୍ଟୋବର ୯ରେ ଖାତାକୁ ଆସିବ ‘ସୁଭଦ୍ରା’ ଟଙ୍କା

 Breaking News

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଅକ୍ଟୋବର ୯ରେ ଖାତାକୁ ଆସିବ ‘ସୁଭଦ୍ରା’ ଟଙ୍କା

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଅକ୍ଟୋବର ୯ରେ ଖାତାକୁ ଆସିବ ‘ସୁଭଦ୍ରା’ ଟଙ୍କା
September 29
11:22 2024

ଭୁବନେଶ୍ୱର, ୨୯/୯ : ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା ଟଙ୍କା କେବେ ଆସିବ ତାକୁ ନେଇ ମହିଳାଙ୍କ ମନରେ ଲାଗି ରହିଥିଲା ଆଶା ଆଶଙ୍କା। ଆଜି ଏହି ଦ୍ୱନ୍ଦ ଦୂର ହୋଇଛି। ଅକ୍ଟୋବର ୯ ତାରିଖରେ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
ଉପମୁଖ୍ୟ କହିଛନ୍ତି,ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ରେ ପାଇବେ ଟଙ୍କା ପାଇବେ। ସୁଭଦ୍ରା ଯୋଜନାରେ ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ।
ପ୍ରାୟ ୪୦ ଲକ୍ଷ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ମିଳିବ’ସୁଭଦ୍ରା’ ଟଙ୍କା।ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷ ମହିଳା ‘ସୁଭଦ୍ରା’ ପାଇଁ ଆବେଦନ କରିଛନ୍ତି।ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି।ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି କହିଛନ୍ତି। ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।
ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର‌୍ୟ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସରକାର ପ୍ରତି ବର୍ଷ ୨ଟି କିସ୍ତିରେ ୧ କୋଟି ଯୋଗ୍ୟ ମହିଳାଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଦେବେ। ଏହି ପରି ୫ ବର୍ଷରେ ସେମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବେ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031