Indus Valley Times

ଓଆରଏଚ୍ଡିସି ଦୁର୍ନୀତି ମାମଲା: ପୂର୍ବତନ ଆଇଏଏସ୍ ଅଧିକାରୀ ବିନୋଦ କୁମାରଙ୍କୁ ୩ ବର୍ଷ ଜେଲ୍, ୫୦ ହଜାର ଜରିମାନା

 Breaking News

ଓଆରଏଚ୍ଡିସି ଦୁର୍ନୀତି ମାମଲା: ପୂର୍ବତନ ଆଇଏଏସ୍ ଅଧିକାରୀ ବିନୋଦ କୁମାରଙ୍କୁ ୩ ବର୍ଷ ଜେଲ୍, ୫୦ ହଜାର ଜରିମାନା

ଓଆରଏଚ୍ଡିସି ଦୁର୍ନୀତି ମାମଲା: ପୂର୍ବତନ ଆଇଏଏସ୍ ଅଧିକାରୀ ବିନୋଦ କୁମାରଙ୍କୁ ୩ ବର୍ଷ ଜେଲ୍, ୫୦ ହଜାର ଜରିମାନା
November 30
17:51 2022

ଭୁବନେଶ୍ୱର,୩୦/୧୧: ବହୁ ଚର୍ଚ୍ଚିତ ORHDC ଦୁର୍ନୀତି ମାମଲାରେ ରାୟ ଶୁଣାଇଛନ୍ତି କୋର୍ଟ । ଭୂମିକା ବିଲଡର ଲୋନ ଦୁର୍ନୀତି ମାମଲାରେ ତତ୍କାଳୀନ IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଦୋଷୀ ପ୍ରମାଣିତ କରିଛନ୍ତି କୋର୍ଟ । ଏହି ମାମଲାରେ ଅଭିଯୁକ୍ତ ମାନଙ୍କୁ ୩ ବର୍ଷ ଜେଲ ସହ ୫୦ ହଜାର ଟଙ୍କା ଫାଇନ ପାଇଁ ସ୍ପେଶାଲ ଜଜ୍, ଭିଜଲାନ୍ସ ସଜା ଶୁଣାଇଛନ୍ତି ।
ଅଭିଯୁକ୍ତ ମାନେ ହେଲେ ସତ୍ୟ ପ୍ରକାଶ ବେହେରା, ସ୍ୱସ୍ତିକ ରଞ୍ଜନ ମହାପାତ୍ର( କମ୍ପାନୀ ସେକ୍ରେଟାରୀ), ଜ୍ଞାନେନ୍ଦ୍ର ସ୍ୱାଇଁ (ଆସିଷ୍ଟାଣ୍ଟ ସିଷ୍ଟମ ଅନାଲିଷ୍ଟ), ଭୂମିକା ବିଲଡର ମ୍ୟାନେଜିଙ୍ଗ ପାର୍ଟନର ଦେବଦତ୍ତ ରାୟ ଓ଼ ବିଭୁତି ଭୂଷଣ ସ୍ୱାଇଁ ।
ସୂଚନା ଥାଉକି ଏହି ଦୁର୍ନୀତି ମାମଲାରେ ସେପ୍ଟେମ୍ୱର ୨୯ ତାରିଖରେ ଭିଜିଲାନ୍ସ କୋର୍ଟ ଏକ ରାୟ ପ୍ରକାଶ କରିଥିଲେ । କଟକ ସଦର ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ପରିଚାଳନା ନିର୍ଦ୍ଦେଶକ ମହମ୍ମଦ ମୋକିମ୍ଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ କେର୍ଟ । ମୋକିମ୍ମଙ୍କ ସହିତ ଅନ୍ୟ ୩ ଜଣଙ୍କୁ ମଧ୍ୟ ଜେଲ୍ ଦଣ୍ଡ ଶୁଣାଇଥିଲେ କୋର୍ଟ ।
ପୂର୍ବତନ ଆଇଏଏସ୍ ବିନୋଦ କୁମାରଙ୍କୁ ମଧ୍ୟ ଜେଲ୍ ଦଣ୍ଡ ମିଳିଥିବା ବେଳେ ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ୱସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଲେଖାଏଁ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଏଥିସହିତ ପ୍ରତ୍ୟେକଙ୍କୁ ୫୦ ହଜାର ଲେଖାଏଁ ଜରିମାନା କରିଛନ୍ତି କୋର୍ଟ । ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ୍ରେ ରହିବା ନେଇ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031