Indus Valley Times

ଓଟିଡିସିର ନାଁ ନେଇ ଠକେଇ କରି ଆତ୍ମଘୋଷିତ ବାବା ଓ ଇଞ୍ଜିନିୟରଙ୍କୁ ଗରିଫ କଲା କ୍ରାଇମବ୍ରାଞ୍ଚ

 Breaking News

ଓଟିଡିସିର ନାଁ ନେଇ ଠକେଇ କରି ଆତ୍ମଘୋଷିତ ବାବା ଓ ଇଞ୍ଜିନିୟରଙ୍କୁ ଗରିଫ କଲା କ୍ରାଇମବ୍ରାଞ୍ଚ

ଓଟିଡିସିର ନାଁ ନେଇ ଠକେଇ କରି ଆତ୍ମଘୋଷିତ ବାବା ଓ ଇଞ୍ଜିନିୟରଙ୍କୁ ଗରିଫ କଲା କ୍ରାଇମବ୍ରାଞ୍ଚ
August 22
16:27 2021

ଭୁବନେଶ୍ୱର, ୨୨/୮: ଜଣେ ସ୍ପେଶାଲ୍ କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ୩ କୋଟି ଟଙ୍କାର ଚୂନ ଲଗାଇ ଥିବା ଜଣେ ଆତ୍ମଘୋଷିତ ବାବାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧିକ ଶାଖା (ଇଓଡବ୍ଲ୍ୟୁ)।
ଗିରଫ ହୋଇଥିବା ଏହି ଆତ୍ମଘୋଷିତ ବାବାଙ୍କ ନାଁ ବିଜୟାନନ୍ଦ ଚୌଧୁରୀ ଓରଫ ଶ୍ରୀ ସ୍ୱାମୀ ବିଜୟାନନ୍ଦ ମହାରାଜ। ତାଙ୍କ ସହିତ ଜଣେ ବିଟେକ୍ ଇଞ୍ଜିନିୟରଙ୍କୁ ମଧ୍ୟ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇୱଡବ୍ଲ୍ୟୁ। ତାଙ୍କ ନାଁ ଚନ୍ଦନ ଆକାଶ ମହାନ୍ତି।
ଶନିବାର ଏହି ଦୁଇ ଜଣଙ୍କୁ ଗିରଫ କରାଯାଇଥିଲା। ବିଜୟାନନ୍ଦଙ୍କୁ କଟକର ସିଡିଏ ଅଞ୍ଚଳରୁ ଗିରଫ କରାଯାଇଥିବା ବେଳେ ଚନ୍ଦନ ଆକାଶ ମହାନ୍ତଙ୍କୁ ଭୁବନେଶ୍ୱରର ନୟାପଲ୍ଲୀ ସ୍ଥିତ ତାଙ୍କ ଘରୁ ଗିରଫ କରାଯାଇଥିଲା। ଓଟିଡିସି ଅଧିକାରୀଙ୍କ ଅଭିଯୋଗ କ୍ରମେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଏ ଦୁଇ ଜଣଙ୍କୁ ଗିରଫ କରିଛି।
ଅଭିଯୋଗ ଅନୁଯାୟୀ, ଚନ୍ଦନ ଆକାଶ ମହାନ୍ତି ପୂର୍ବରୁ ଓଟିଡିସିରେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଭାବେ ଠିକାରେ ନିଯୁକ୍ତି ପାଇଥିଲେ। ସେ ଅନ୍ୟମାନଙ୍କ ସହ ମିଶି ଜଣେ ସ୍ପେଶାଲ୍ କ୍ଲାସ୍ କଣ୍ଟ୍ରାକ୍ଟରଙ୍କ ଠାରୁ ବିପୁଳ ପରିମାଣରେ ଅର୍ଥ ଠକି ନେଇଥିଲେ। ଓଟିଡିସି ନାଁରେ ମିଛ ୱାର୍କ ଅର୍ଡର ଦେଇ ସେ ଏହି ସ୍ପେଶାଲ୍ କଣ୍ଟ୍ରାକ୍ଟରଙ୍କ ଠାରୁ ଟଙ୍କା ନେଇ ଯାଇଥିଲେ।
କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ତଦନ୍ତରୁ ଜଣାପଡ଼ିଥିଲା ଯେ କରୋନା ସମୟରେ କାମ ପାଇବାକୁ ଚାହିଁ ବସିଥିଲେ ଏହି ସ୍ପେଶାଲ୍ କ୍ଲାସ୍ କଣ୍ଟ୍ରାକ୍ଟର। ଏହି ସମୟରେ ୨୦୨୦ ମେ’ ମାସରେ ତାଙ୍କର ଜଣେ ସଂପର୍କୀୟ ତାଙ୍କୁ ବିଜୟାନନ୍ଦ ଚୌଧୁରୀ ଓରଫ ଶ୍ରୀ ସ୍ୱାମୀ ବିଜୟାନନ୍ଦ ମହାରାଜ ସହିତ ପରିଚୟ କରାଇଥିଲେ।
ସେହି ସମୟରେ ବିଜୟାନନ୍ଦ ନିଜକୁ ଓଟିଡିସିର ଅଧ୍ୟକ୍ଷ ଓ ଆଇଟିଡିସିର ସଦସ୍ୟ ଭାବେ ଦର୍ଶାଇଥିଲେ। ସେ ଚନ୍ଦନ ଆକାଶ ମହାନ୍ତିଙ୍କ ସହିତ ତାଙ୍କର (ଉକ୍ତ ସ୍ପେଶାଲ୍ କ୍ଲାସ୍ କଣ୍ଟ୍ରାକ୍ଟରଙ୍କ) ପରିଚୟ କରାଇଥିଲେ। ସେତେବେଳେ ଚନ୍ଦନ ନିଜକୁ ଓଟିଡିସିର ଆସିଷ୍ଟାଣ୍ଟ ଇଞ୍ଜିନିୟର ଭାବେ ପରିଚୟ ଦେଇଥିଲେ।
ପରବର୍ତ୍ତୀ ସମୟରେ ଓଟିଡିସି ଅଧିକାରୀଙ୍କ ସିଲ୍ ଓ ହସ୍ତାକ୍ଷର ବ୍ୟବହାର କରି ବିଜୟାନନ୍ଦ ଓ ଚନ୍ଦନ ଉକ୍ତ ସ୍ପେଶାଲ୍ କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ମିଛ ୱାର୍କ ଅର୍ଡର ଦେଇଥିଲେ। ଏହା ବଦଳରେ ସେମାନେ ସେହି କଣ୍ଟ୍ରାକ୍ଟରଙ୍କ ଠାରୁ ୩ କୋଟି ଟଙ୍କା ହାତେଇ ଥିଲେ। ସେଥିରୁ ୧.୧୪ କୋଟି ଟଙ୍କା ଚନ୍ଦନ ଆକାଶ ମହାନ୍ତିଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଥିଲା। ବାକି ଟଙ୍କା ଆତ୍ମଘୋଷିତ ବାବାଙ୍କ ଆକାଉଣ୍ଟକୁ ଯାଇଥିଲା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031