Indus Valley Times

ଓଡ଼ିଶାରେ ଅଛନ୍ତି ୧୨ ପାକିସ୍ତାନୀ, ଦେଶ ଛାଡ଼ିବାକୁ ଦିଆଗଲା ନୋଟିସ୍

 Breaking News

ଓଡ଼ିଶାରେ ଅଛନ୍ତି ୧୨ ପାକିସ୍ତାନୀ, ଦେଶ ଛାଡ଼ିବାକୁ ଦିଆଗଲା ନୋଟିସ୍

ଓଡ଼ିଶାରେ ଅଛନ୍ତି ୧୨ ପାକିସ୍ତାନୀ, ଦେଶ ଛାଡ଼ିବାକୁ ଦିଆଗଲା ନୋଟିସ୍
April 25
20:44 2025

ଭୁବନେଶ୍ୱର,୨୫/୪: ପହଲଗାମ ଘଟଣାରେ କେବଳ ଭାରତ ନୁହେଁ ସାରା ବିଶ୍ୱରେ ଚହଳ ପଡିଛି। ଏଥିରେ ୨୬ ନିରୀହ ପର୍ଯ୍ୟଟକଙ୍କୁ ହତ୍ୟା କରାଯାଇଥିଲା।
ଏହି ଘଟଣା ପରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ଆକ୍ରମଣର ଦାୟିତ୍ୱ ପାକିସ୍ତାନ ଆଧାରିତ ‘ଦି ରେସିଷ୍ଟାନ୍ସ ଫ୍ରଣ୍ଟ (ଟିଆରଏଫ)’, ଲସ୍କର-ଏ-ତୋଇବାର ଏକ ଶାଖା ନେଇଥିବା ବେଳେ, ପାକିସ୍ତାନ ସେନା ନିକଟରେ ଜମ୍ମୁ ଓ କଶ୍ମୀରର ବିଭିନ୍ନ ଅଞ୍ଚଳରେ ନିୟନ୍ତ୍ରଣ ରେଖା (ଏଲଓସି) ନିକଟରେ ଗୁଳିମାଡ଼ ଆରମ୍ଭ କରିଛି। ଭାରତୀୟ ସେନା ମଧ୍ୟ ଏହାର କଡ଼ା ଜବାବ ଦେଇଛି।
ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ଉକ୍ତ ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ପାକ ନାଗରିକଙ୍କ ଭିଜା ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଛନ୍ତି। ନିଜ ରାଜ୍ୟରେ ଥିବା ପାକ୍ ନାଗରିକଙ୍କୁ ଚିହ୍ନଟ କ୍ରି ତାଙ୍କର ଭିଜା ବନ୍ଦ କରି ତୁରନ୍ତ ରାଜ୍ୟରୁ ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଛନ୍ତି।
ଏହାରି ଭିତରେ ଓଡ଼ିଶାରେ ୧୨ ଜଣ ପାକିସ୍ତାନୀ ନାଗରିକ ରହିଛନ୍ତି ବୋଲି ସୂଚନା ମିଳିଛି। ଦୀର୍ଘକାଳୀନ ଭିସାରେ ରାଜ୍ୟରେ ୧୨ ଜଣ ପାକିସ୍ତାନୀ ଅଚନ୍ତି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶ ପରେ ସେମାନଙ୍କୁ ବିଦା କରାଯିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଭାରତ ଛାଡ଼ ନୋଟିସ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930