Indus Valley Times

ଓଡ଼ିଶାରେ ମୃଦୁ ଭୂମିକମ୍ପ ଅନୁଭୂତ

 Breaking News

ଓଡ଼ିଶାରେ ମୃଦୁ ଭୂମିକମ୍ପ ଅନୁଭୂତ

ଓଡ଼ିଶାରେ ମୃଦୁ ଭୂମିକମ୍ପ ଅନୁଭୂତ
February 25
11:05 2025

ଭୁବନେଶ୍ୱର,୨୫/୨: ଓଡ଼ିଶାରେ ମଙ୍ଗଳବାର ମୃଦୁ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଆଜି ସକାଳ ୬ଟା ୧୦ରେ ରାଜଧାନୀ ଭୁବନେଶ୍ୱର, ବାଲେଶ୍ୱର, ପାରାଦୀପରେ ଭୂକମ୍ପ ଅନୁଭୂତ ହୋଇଛି। ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳର ରହିଥିବାବେଳେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୧ ରହିଛି।
ପୁରୀରୁ ୨୮୬ ଓ ଭୁବନେଶ୍ୱରରୁ ୨୯୭ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି। ସେହିପରି ବ୍ରହ୍ମପୁରଠାରୁ ୩୯୪ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି। ତେବେ ଏହି ଭୂକମ୍ପର କୌଣସି କ୍ଷୟକ୍ଷତି ଖବର ବର୍ତ୍ତମାନ ସୁଦ୍ଧା ହସ୍ତକ୍ଷେପ ହୋଇନାହିଁ। ଭୂକମ୍ପ ପ୍ରଭାବରେ ଉପକୂଳ ଓଡ଼ିଶାରେ ସୁନାମୀ ଭୟ ରହିଥିବା ପାଣିପାଗ ବିଶେଷଜ୍ଞ କହିଛନ୍ତି। ଅନ୍ୟପକ୍ଷରେ ଭାରତ ଓ ବାଂଲାଦେଶରେ ମଧ୍ୟ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930