Indus Valley Times

ଓଡ଼ିଶାରେ ୫ଜି ଟେଲିକମ୍ ସେବା ଉଦଘାଟିତ, ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନ

 Breaking News

ଓଡ଼ିଶାରେ ୫ଜି ଟେଲିକମ୍ ସେବା ଉଦଘାଟିତ, ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାରେ ୫ଜି ଟେଲିକମ୍ ସେବା ଉଦଘାଟିତ, ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଧର୍ମେନ୍ଦ୍ର ପ୍ରଧାନ
January 05
11:06 2023

ଭୁବନେଶ୍ୱର,୫/୧: ଡିଜିଟାଲ ସେବାରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ୱରୂପ ଓଡ଼ିଶାରେ ଗୁରୁବାର ଆରମ୍ଭ ହୋଇଛି ବହୁ ପ୍ରତିକ୍ଷିତ 5G ସେବା । ଭୁବନେଶ୍ୱରରେ ଆୟୋଜିତ ଏକ କାର‌୍ୟ୍ୟକ୍ରମରେ ଯୋଗ ଦେଇ ଏହାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
ପ୍ରାଥମିକ ପର‌୍ୟ୍ୟାୟରେ ଟ୍ୱିନ୍ ସିଟି ସହ କିଛି ସହରରେ ଯୋଡ଼ି ହେଲା 5G ସେବା । ଏଣିକି ୪ଏ ତୁଳନାରେ ୧୦ ଗୁଣା ଅଧିକ ସ୍ପିଡ୍ ହେବ ଇଣ୍ଟରନେଟ୍ । ଧିରେ ଧିରେ ଅନ୍ୟ ସହର ସହ ଗ୍ରାମାଞ୍ଚଳରେ ଏହି ସୁବିଧା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
କେବଳ ରିଲାଏନ୍ସ ଓ ଏୟାରରେଲ ତରଫରୁ ଓଡ଼ିଶାରେ 5G ସେବା ଯୋଗାଇ ଦେବାକୁ ଅନୁମତି ମିଳିଛି। ତେଣୁ ଆଗାମୀ ଦିନରେ ରାଜ୍ୟର ଅନ୍ୟ ଅଞ୍ଚଳରେ 5G ସେବା ଲାଗୁ ହେଲେ ଶିକ୍ଷା, ସ୍ୱାସ୍ଥ୍ୟ ଆଦି କ୍ଷେତ୍ରରେ ଏହା ବୈପ୍ଲବିକ ପରିବର୍ତ୍ତନ ଆଣିପାରିବ । କେବଳ ସହରାଞ୍ଚଳ ନୁହେଁ, ରାଜ୍ୟର ଉପାନ୍ତ ତଥା ଅପହଞ୍ଚ ଅଞ୍ଚଳରେ ମଧ୍ୟ ଏହି ସେବାକୁ ପହଞ୍ଚାଇବାକୁ ପ୍ରାଥମିକତା ଦିଆଯିବ ।
କେବଳ ଓଡ଼ିଶାରେ ସମୁଦାୟ ୫ ହଜାର ଟାୱାର ନିର୍ମିତ ହେବ । ସେଥିମଧ୍ୟରୁ ଆଜି ପ୍ରାଥମିକ ପର‌୍ୟ୍ୟାୟରେ ଶହେଟି ଟାୱାରର ଶୁଭାରମ୍ଭ କରାଯାଇଛି। ଏହି ଟାୱାରଗୁଡ଼ିକ କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନୂଆଗଡ଼ା, ରାୟଗଡ଼ା ଜିଲ୍ଲାରେ ସ୍ଥାପିତ ହୋଇଛି। ଖୁବ୍ ଶୀଘ୍ର ରାଜ୍ୟର ଅନ୍ୟ ଜିଲ୍ଲାରେ ବି ଏହି ସେବା ଉପଲବ୍ଧ ହେବ ବୋଲି କହିଛନ୍ତି ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ । ଓଡ଼ିଶାବାସୀଙ୍କୁ ବିଶ୍ୱସ୍ତରୀୟ ମୋବାଇଲ ସେବା ଯୋଗାଇ ଦେବାକୁ ଏପରି ପଦକ୍ଷେପ ନିଆଯାଇଥିବା ସେ କହିଛନ୍ତି ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031