Indus Valley Times

ଓଡ଼ିଶା ପ୍ରଦେଶ କଂଗ୍ରେସକୁ ମିଳିଲା ନୂଆ ମୁଖିଆ, ଭକ୍ତ ଚରଣ ଦାସ ପିସିସି ସଭାପତି

 Breaking News

ଓଡ଼ିଶା ପ୍ରଦେଶ କଂଗ୍ରେସକୁ ମିଳିଲା ନୂଆ ମୁଖିଆ, ଭକ୍ତ ଚରଣ ଦାସ ପିସିସି ସଭାପତି

February 11
20:05 2025

ଭୁବନେଶ୍ୱର,୧୧/୨ : ବହୁ ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ମୁଖିଆ ନିଯୁକ୍ତ କରିଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି।
ମଙ୍ଗଳବାର ଏଆଇସିସି ପକ୍ଷରୁ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦିଆଯାଇଛି। ତେବେ ପିସିସି ସଭାପତି ହେବା ପରେଭକ୍ତ ଚରଣ ଦାସ ଗଣମାଧ୍ୟମ ଆଗରେ ସମସ୍ତ ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତରୁଣ, ବରିଷ୍ଠ ସମସ୍ତଙ୍କୁ ନେଇ କାମ କରିବି। କଂଗ୍ରେସକୁ ଆନ୍ଦୋଳନ ଜରିଆରେ ଘରେ ଘରେ ପହଞ୍ଚାଇବୁ।
ସୂଚନାଯୋଗ୍ୟ, ଗତ ସାଧାରଣ ନିର୍ବାଚନରେ ରାଜ୍ୟରେ ଦଳର ଶୋଚନୀୟ ପରାଜୟ ପରେ ପୂର୍ବତନ ସଭାପତି ଶରତ ନାୟକ ସଭାପତି ପଦବୀରୁ ଇସ୍ତଫା ଦେଇଥିଲେ। ସେବେଠାରୁ ଏହି ପଦବୀ ଖାଲି ପଡିଥିଲା।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930