Indus Valley Times

ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ସିନେ ଅଭିନେତା ମିହିର ଦାସଙ୍କ ପରଲୋକ

 Breaking News

ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ସିନେ ଅଭିନେତା ମିହିର ଦାସଙ୍କ ପରଲୋକ

ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ସିନେ ଅଭିନେତା ମିହିର ଦାସଙ୍କ ପରଲୋକ
January 11
16:28 2022

ଭୁବନେଶ୍ୱର,୧୧/୧: ଆଉ ନାହାନ୍ତି ବରିଷ୍ଠ ସିନେ ଅଭିନେତା ମିହିର ଦାସ। ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଯାଇଛି। ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।
ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ତାଙ୍କ ପରଲୋକରେ ଓଡ଼ିଆ ସିନେ ଜଗତରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି।
କିଛି ଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଅଧିକ ଖରାପ ହେବାରୁ ମିହିର ଦାସଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କର ମଲ୍ଟି ଅର୍ଗାନ କାମ କରିବା ବନ୍ଦ କରିଦେଇଥିଲା। ଏହାଛଡ଼ା ତାଙ୍କର କିଡନୀ ମଧ୍ୟ ସମ୍ପୂର୍ଣ୍ଣ ଅକାମୀ ହୋଇ ପଡ଼ିଥିଲା। ଯେଉଁ କାରଣରୁ ତାଙ୍କର ଡାଇଲିସିସ୍ ଚାଲିଥିଲା। ହେଲେ ଗତ କିଛି ଦିନ ହେବ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଅଧିକ ସଂକଟାପନ୍ନ ହେବାରେ ଲାଗିଥିଲା। ଡାକ୍ତର ତାଙ୍କୁ ବଞ୍ଚାଇବାକୁ ପୂରା ପ୍ରୟାସ କରିଥିଲେ। କିନ୍ତୁ ଡାକ୍ତରଙ୍କ ସବୁ ଚେଷ୍ଟା ବିଫଳ ହୋଇଥିଲା। ଆଉ ମଙ୍ଗଳବାର ଅପରାହ୍ଣ ୩.୨୫ ମିନିଟରେ ମିହିର ଦାସ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କ ପାଖରେ ପୁଅ ଅମ୍ଳାନ ଉପସ୍ଥିତ ଥିଲେ।
ଓଲିଉଡ୍ର କାକା ଭାବେ ପରିଚିତ ଭେଟ୍ରାନ୍ ଅଭିନେତା ମିହିର ଦାସ ୧୯୫୯ ମସିହା ଫେବୃଆରୀ ୧୧ ତାରିଖରେ ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ଜନ୍ମଗ୍ରହଣ କରିଥିଲେ। ପିଲା ବେଳେ କଳା ପ୍ରତି ତାଙ୍କର ଦୁର୍ବଳତା ଥିଲା। ସେ ପ୍ରଥମେ ଆର୍ଟ ଫିଲ୍ମରେ ଅଭିନୟ କରିଥିଲେ। ତାହା ଥିଲା ‘ସ୍କୁଲ୍ ମାଷ୍ଟର’। ଯାହା ତାଙ୍କୁ ଆଗକୁ ବଢ଼ିବା ପାଇଁ ରାସ୍ତା ଦେଖାଇଥିଲା। ତା’ପରେ ସେ ଗୋଟିଏ ପରେ ଗୋଟିଏ ହିଟ୍ ବ୍ୟବସାୟିକ ଫିଲ୍ମରେ ଅଭିନୟ କରି ଓଲିଉଡ୍ରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।
ମିହିର ଦାସଙ୍କ ପ୍ରଥମ ବ୍ୟବସାୟିକ ଫିଲ୍ମ ‘ମଥୁରା ବିଜୟ’ ୧୯୭୯ ମସିହାରେ ରିଲିଜ ହୋଇଥିଲା। ସେହି ଫିଲ୍ମ ତାଙ୍କୁ ରାତାରାତି ଷ୍ଟାର ସଜାଇ ଦେଇଥିଲା। ସେ ତିନି ଦଶନ୍ଧି ଧରି ଓଲିଉଡ୍ରେ ରାଜ୍ କରୁଛନ୍ତି। ‘ଲକ୍ଷ୍ମୀ ପ୍ରତିମା’ ପାଇଁ ୧୯୯୮ ଓ ‘ଫେରିଆ ମୋ ସୁନା ଭଉଣୀ’ ପାଇଁ ତାଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ମିଳିଥିଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ଠିକ୍ ସେହିପରି ଶ୍ରେଷ୍ଠ ସହକଳାକାର ଭାବେ ମଧ୍ୟ ଅନେକ ଫିଲ୍ମ ପାଇଁ ତାଙ୍କୁ ପୁରସ୍କୃତ କରାଯାଇଛି। ୨୦୦୨ରେ ‘ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ’ ଓ ୨୦୧୦ରେ ପ୍ରେମ ଅଢ଼େଇ ଅକ୍ଷର ପାଇଁ ତାଙ୍କୁ ଶ୍ରେଷ୍ଠ ପାର୍ଶ୍ୱ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି।
ଏହାଛଡ଼ା ୧୯୯୯ରେ ବିଧାତା ପାଇଁ ତାଙ୍କୁ ଶ୍ରେଷ୍ଠ ଅଭିନେତା ଓ୨୦୦୭ରେ ‘ମୁଁ ତତେ ଲଭ୍ କରୁଛି’ ଫିଲ୍ମ ପାଇଁ ଶ୍ରେଷ୍ଠ ହାସ୍ୟ ଅଭିନେତା ପୁରସ୍କାରରେ ତାଙ୍କୁ ସମ୍ମାନିତ କରାଯାଇଛି। ସେ କେବଳ ଓଡ଼ିଆ ଫିଲ୍ମ କରିନାହାନ୍ତି ବରଂ ବେଙ୍ଗଲୀ ଫିଲ୍ମରେ ମଧ୍ୟ କାମ କରିଛନ୍ତି। ପୂର୍ବରୁ ତାଙ୍କ ସ୍ତ୍ରୀ ସଂଗୀତା ଦାସଙ୍କର ଦେହାନ୍ତ ହୋଇଥିଲା।
ତାଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଏକ ଯୁଗର ଅବସାନ ହୋଇଛି। ସୁନାମଧନ୍ୟ ଓ ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ସେ ତାଙ୍କର ନିଖୁଣ ଅଭିନୟ ପାଇଁ ଓଡ଼ିଶାର ଘରେ ଘରେ ପରିଚିତ ହୋଇପାରିଥିଲେ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା। ଓଁ ଶାନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031