Indus Valley Times

ଓଡ଼ିଶାରେ ଆଉ ୭୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

 Breaking News

ଓଡ଼ିଶାରେ ଆଉ ୭୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

November 15
12:07 2020

ଭୁବନେଶ୍ୱର,୧୫/୧୧: ରାଜ୍ୟରେ ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୭୫୩କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୮୬୫୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୪ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୩୨ଜଣ, ବରଗଡ଼ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୧୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୧ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୪୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଝଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼଼ା ଜିଲ୍ଲାରୁ ୨୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪୭ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୬ଜଣ, କେନ୍ଦୁଝର ଜିଲ୍ଲାରୁ ୨୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୪ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଝଣ, ନବରଙ୍ଗପୁର ଜିଲ୍ଲାରୁ ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୬୫ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୫ଜଣ, ଷ୍ଟେଟ ପୁଲ୍ରୁ ୧୦ଜଣ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031