Indus Valley Times

ଓଡ଼ିଶାରେ କରୋନା ନେଲା ଆଉ ୬ ଜଣଙ୍କ ଜୀବନ

 Breaking News

ଓଡ଼ିଶାରେ କରୋନା ନେଲା ଆଉ ୬ ଜଣଙ୍କ ଜୀବନ

July 24
13:54 2020

ଭୁବନେଶ୍ୱର ୨୪।୭: ଓଡ଼ିଶରେ ଆଜି ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୬ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ରାୟଗଡା ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ ଏବଂ ଗଜପତି ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୪ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । ରାୟଗଡା ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ଗଜପତି ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କା ମହିଳା । ଗଞ୍ଜାମ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କା ମହିଳା । ଭଦ୍ରାକ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।
ସେହିଭଳି ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ଅନ୍ୟ କାରଣ ଯୋଗୁଁ ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯାହାଙ୍କର ଇଣ୍ଟ୍ରା ମସ୍ତିଷ୍କ ରକ୍ତସ୍ରାବ ଏବଂ ମସ୍ତିଷ୍କ ଇନଫାର୍କସନ କାରଣରୁ ମୃତ୍ୟୁ ହୋଇଛି । ନୟାଗଡ଼ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯାହାଙ୍କର ପେଟ ଏବଂ ଫୁସଫୁସ କର୍କଟ କାରଣରୁ ମୃତ୍ୟୁ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031