Indus Valley Times

ଓଡ଼ିଶାରେ ପୁଣି ୮ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

 Breaking News

ଓଡ଼ିଶାରେ ପୁଣି ୮ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଓଡ଼ିଶାରେ ପୁଣି ୮ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
July 31
12:39 2020

ଭୁବନେଶ୍ୱର,୩୧/୭: ଓଡ଼ିଶାରେ ଆଉ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୮୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ ।
ଖୋର୍ଦ୍ଧା ଜିଲ୍ଲାର ଜଣେ ୭୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ଶେଷ ପର‌୍ୟ୍ୟାୟ ବୃକକ୍ ରୋଗ ସହ ୟୁରେମିକ୍ ଏନସେଫାଲୋପାଥିରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୪୯ ବର୍ଷ ବୟସ୍କ ପୁରୁଷ ।
ନୟାଗଡ ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ସେରେବ୍ରୋଭାସ୍କୁଲାର ଆକ୍ସିଡେଣ୍ଟ (ଷ୍ଟ୍ରୋକ)ରେ ମଧ୍ୟ ପୀଡିତ ଥିଲେ । ଗଜପତି ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କା ମହିଳା । ସୁନ୍ଦରଗଡ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ ।
ଗଞ୍ଜାମ ଜିଲ୍ଲାର ଜଣେ ୪୫ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏକି ପାର୍କିନ୍ସନିଜିମ୍, କରୋନାରୀ ଧମନୀ ରୋଗ, ଡାଇବେଟିସ୍ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୯୧୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୯୭୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୭୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୧୪୫୭୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031