Indus Valley Times

କଂଗ୍ରେସ୍ ବିଧାୟକ ମହମ୍ମଦ ମୋକିମଙ୍କ ସହ ୪ ଜଣଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଦଣ୍ଡ

 Breaking News

କଂଗ୍ରେସ୍ ବିଧାୟକ ମହମ୍ମଦ ମୋକିମଙ୍କ ସହ ୪ ଜଣଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଦଣ୍ଡ

September 29
17:41 2022

ଭୁବନେଶ୍ୱର,୨୯/୯: କଂଗ୍ରେସ ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ଏମ୍ଡି ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି। ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ (ORHDC) ଦୁର୍ନୀତି ମାମଲାରେ ତାଙ୍କୁ ଆଜି ଏହି ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ।
ମୋକିମ୍ଙ୍କ ସହିତ ପୂର୍ବତନ ଆଇଏଏସ୍ ଅଫିସର ବିନୋଦ କୁମାର, କମ୍ପାନୀ ସେକ୍ରେଟାରୀ ସ୍ୱସ୍ତିରଂଜନ ମହାନ୍ତି ଓ ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ମଧ୍ୟ ୩ ବର୍ଷ ଜେଲ୍ ଲେଖାଏଁ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ସେମାନଙ୍କୁ ଜେଲ୍ ଦଣ୍ଡ ସହ ସମସ୍ତଙ୍କ ଉପରେ ୫୦ ହଜାର ଟଙ୍କା ଲେଖାଏଁ ଜରିମାନା କରିଛନ୍ତି କୋର୍ଟ। ଜରିମାନା ଅନାଦେୟ ହେଲେ ସେମାନେ ଅଧିକ ୬ ମାସ ଜେଲ୍ରେ ରହିବେ ବୋଲି କୋର୍ଟ ତାଙ୍କ ରାୟରେ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031