Indus Valley Times

କାର୍ ଉପରେ ହାଇଓ୍ୱା ଚଢାଇ ଦେଲା ଡ୍ରାଇଭର, ଦୁଇ ବିଜେପି କର୍ମୀ ମୃତ

 Breaking News

କାର୍ ଉପରେ ହାଇଓ୍ୱା ଚଢାଇ ଦେଲା ଡ୍ରାଇଭର, ଦୁଇ ବିଜେପି କର୍ମୀ ମୃତ

କାର୍ ଉପରେ ହାଇଓ୍ୱା ଚଢାଇ ଦେଲା ଡ୍ରାଇଭର, ଦୁଇ ବିଜେପି କର୍ମୀ ମୃତ
January 05
11:20 2025

ସମ୍ବଲପୁର, ୫/୧ : ସମ୍ବଲପୁର-ବରଗଡ଼ ଜାତୀୟ ରାଜପଥର କଣ୍ଟାପାଲି ଓଭରବ୍ରିଜ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ କାରକୁ ହାଇୱା ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ମୃତକ ଦ୍ୱୟ ବିଜେପି କର୍ମୀ। ସେମାନେ ହେଉଛନ୍ତି ଦଳର ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ପୂର୍ବତନ ସରପଞ୍ଚ ମୁରଲୀଧର ଛୁରିଆ।
ଦେବେନ୍ଦ୍ର ଓ ମୁରଲୀଧର କୌଣସି କାମରେ ଭୁବନେଶ୍ୱର ଯାଇଥିଲେ। ସେମାନେ ଟ୍ରେନ୍ ଯୋଗେ ସମ୍ବଲପୁର ଫେରିଥିଲେ। ସେଠାରୁ ଗାଁକୁ ଫେରିବା ପାଇଁ ସେମାନେ କାର ମଗାଇଥିଲେ। ମୁରଲୀଧରଙ୍କ ଘରୁ କାର ଆସିଥିଲା। ସେମାନେ ବିଳମ୍ବିତ ରାତିରେ କାର ଯୋଗେ ଘରକୁ ଫେରୁଥିବା ବେଳେ କଣ୍ଟାପାଲି ଓଭରବ୍ରିଜ ନିକଟରେ ଏକ ହାଇୱା ସେମାନଙ୍କୁ ପଛରୁ ଧକ୍କା ଦେଇଥିଲା। ହାଇୱା ଧକ୍କାରେ କାରଟି ଓଲଟି ପଡ଼ିଥିଲା।
ମୃତ ଦେବେନ୍ଦ୍ର ନାୟକ
ଘଟଣାସ୍ଥଳରେ ଦେବେନ୍ଦ୍ର ଓ ମୁରଲୀଧରଙ୍କ ମୃତ୍ୟୁ ଘଟିଥିଲା। ଡ୍ରାଇଭର ସମେତ ୪ ଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ହାଇୱାଟିକୁ ଜବତ କରିଥିବା ବେଳେ ଡ୍ରାଇଭରକୁ ଅଟକ ରଖିଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031