Indus Valley Times

କୁଞ୍ଜୁରୀ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ସଭା ଗୃହରେ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

 Breaking News

କୁଞ୍ଜୁରୀ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ସଭା ଗୃହରେ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

May 14
10:23 2025

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋର୍ଦ୍ଧା , ୧୪/୫ : ମଙ୍ଗଳବାର ସକାଳ ୭ ଘଟିକା ସମୟରୁ ପୂର୍ବାହ୍ ୧୧ ଘଟିକା ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ବ୍ଲକ ଅନ୍ତର୍ଗତ, କୁଞ୍ଜୁରି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ସଭାଗୃହ ଠାରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରା଼ଣା ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ମାନ୍ୟବର ବିଧାୟକ , ବେଗୁନିଆ ଶ୍ରୀଯୁକ୍ତ ପ୍ରଦୀପ କୁମାର ସାହୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋର୍ଦ୍ଧା ଶ୍ରୀ କିଶୋର କୁମାର ପଣ୍ଡା, ବେଗୁନିଆ ପଂଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଲକ୍ଷ୍ମୀଧର ସୁବୁଦ୍ଧି, କୁଞ୍ଜୁରୀ ଗ୍ରାମପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପ୍ରଣତି ସାହୁ,ବି ଡି ଓ ଶ୍ରୀମତୀ କ୍ଷୀରାଦ୍ଵି ତନୟା ସାହୁ, ତହସିଲଦାର ଶ୍ରୀ ତାପସ କୁମାର ବିଶୀ, ଡେପୁଟି କଲେକ୍ଟର, ଅଭିଯୋଗ ଶ୍ରୀ ଆର୍ତ୍ତତ୍ରାଣ ମଲ୍ଲିକ, ସହକାରୀ ଜିଲ୍ଲାପାଳ, ଅଭିଯୋଗ, ଭୁବନେଶ୍ଵରୀ କଅଁର ଯୋଗଦେଇଥିଲେ ।
ଆଜିର ଅଭିଯୋଗ ଶିବିରକୁ ମୋଟ ୨୦୦ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୧୫୭ ଗୋଟି ଅଭିଯୋଗ ବ୍ୟକ୍ତିଗତ, ୩୨ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା ।
ଜିଲ୍ଲାପାଳ ଅଭିଯୋଗ ସ୍ଥଳରେ ୮ ଗୋଟି ଅଭିଯୋଗର ତୁରନ୍ତ ସମାଧାନ କରିଥିଲେ । ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କୁଞ୍ଜୁରୀ ଗ୍ରାମ ପଞ୍ଚାୟତର ବନିତା ଚମ୍ପତିଙ୍କୁ ୨୫ ହଜାର, ସସ୍ମିତା ବେହେରାଙ୍କୁ ୨୦ ହଜାର ଏବଂ ଶୁଭମ ରଣସିଂହଙ୍କୁ ୧୫ ହଜାର ଲେଖାଏଁ ମୋଟ ୩ ଜଣ ଅଭିଯୋଗ କାରୀଙ୍କୁ ସ୍ୱାସ୍ଥ୍ୟ ଚିକିତ୍ସା ନିମନ୍ତେ ୬୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଥିଲେ ।
ପରେ ଜିଲ୍ଲାପାଳ ଶ୍ରୀ ରାଣା ସମନ୍ୱିତ ଶିଶୁ ବିକାଶ ଯୋଜନା, ମିଶନ ଶକ୍ତି , ଓଡିଶା ଜୀବିକା ମିଶନ, ଗ୍ରାମୀଣ ଗୃହ, ପାନୀୟ ଜଳ, ପ୍ରାଥମିକ ଚିକିତ୍ସା ଶିବିର, ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ସ୍ବଚ୍ଛତା ଷ୍ଟଲ୍, ଉଦ୍ୟାନ କୃଷି, ମତ୍ସ୍ୟ, ଏସ ଏସ ଇ ପି ଡି , ଆୟୁଷ୍ମାନ ଆରୋଗ୍ୟ ଶିବିର ଆଦି ସଚେତନତା ଷ୍ଟଲ୍ ବୁଲି ଦେଖିଥିଲେ ।
ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ରାଜଶ୍ରୀ ପଟ୍ଟନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଦିଲ୍ଲୀପ ହିଆଲ ,ଜିଲ୍ଲା ମଙ୍ଗଳ ଅଧିକାରୀ, ଡ. ଗୀତାଂଶୁ ଦାଶ, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ରୀ ଶ୍ୟାମଲେନ୍ଦୁ ନାୟକ,ଜି ପି ଡି ଓ ,ଇତିଶ୍ରୀ ବେହେରାଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031