Indus Valley Times

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ବିଜେପି ସାଂସଦ

 Breaking News

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ବିଜେପି ସାଂସଦ

December 15
17:34 2022

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫/୧୨: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟ ବିଜେପିର ଏକ ସାଂସଦ ପ୍ରତିନିଧି ମଣ୍ଡଳୀ ଗୁରୁବାର ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମନସୁଖ ମାଣ୍ଡଭୀୟଙ୍କୁ ଭେଟି ଓଡ଼ିଶାରେ ଆୟୁଷ୍ମାନ ଭାରତ- ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା(ଏବି-ପିଏମଜେଏଓ୍ୱାଇ) ଲାଗୁ କରିବା ପାଇଁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେବାକୁ ଅନୁରୋଧ କରିଛନ୍ତି।
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଏ ସମ୍ପର୍କୀତ ଏକ ପତ୍ର ପ୍ରଦାନ କରିବା ସହ ଆବଶ୍ୟକ ସ୍ୱାସ୍ଥ୍ୟସେବା ଚାହୁଁଥିବା ୪.୫ କୋଟି ଓଡ଼ିଆଙ୍କ ସମେତ ବାହାରେ କାମ କରୁଥିବା ୧ କୋଟି ପ୍ରବାସୀ ଓଡ଼ିଆ ଲୋକଙ୍କ ବୃହତ ହିତ ଦୃଷ୍ଟିରୁ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବା ପାଇଁ ସାଂସଦଗଣ ଦାବୀ କରିଛନ୍ତି । ଏହି ପ୍ରତିନିଧି ମଣ୍ଡଳୀ ମଧ୍ୟରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ, ସାଂସଦ ଜୁଏଲ ଓରାମ, ପ୍ରତାପ ଷଡଙ୍ଗୀ, ବସନ୍ତ ପଣ୍ଡା, ସୁରେଶ ପୂଜାରୀ, ନିତିଶ ଗଙ୍ଗଦେବ, ଅପରାଜିତା ଷଡଙ୍ଗୀ, ସଙ୍ଗୀତା ସିଙ୍ଗଦେଓ ପ୍ରମୁଖ ଉପସ୍ଥିତ ଥିଲେ ।
ଇୟଗ୍ଦ ଭଚ୍ଚ
ପ୍ରତିନିଧି ମଣ୍ଡଳୀ ପକ୍ଷରୁ ଦିଆଯାଇଥିବା ଦାବୀ ପତ୍ରରେ ଉଲ୍ଲେଖ ରହିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୨୦୧୮ ମସିହାରେ ଆରମ୍ଭ ହୋଇଥିବା ଆୟୁଷ୍ମାନ ଭାରତ ଯୋଜନା ଏକ ଐତିହାସିକ ପଦକ୍ଷେପ । ଏହି ଯୋଜନାରେ ପ୍ରତ୍ୟେକ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ଉତ୍ତମ ଚିକିତ୍ସା ସେବାର ଯୋଗାଇ ଦେବାର ବ୍ୟବସ୍ଥା ରହିଛି । ଦେଶର ପ୍ରାୟ ୨୦.୮୭ କୋଟି ପରିବାର ତଥା ୭୫ କୋଟି ହିତାଧିକାରୀ ଏହି ସୁବିଧାର ଲାଭ ନେଉଛନ୍ତି ।
ଦେଶରେ ପ୍ରାୟ ୨୬,୨୬୭ ତାଲିକାଭୂକ୍ତ ସ୍ୱାସ୍ଥ୍ୟସେବା ପ୍ରଦାନକାରୀ (ଇଏଚସିପି)ର ନେଟଓ୍ୱାର୍କ ମାଧ୍ୟମରେ ୪୮,୯୩୪ କୋଟି ଟଙ୍କା ମୂଲ୍ୟର ସ୍ୱାସ୍ଥ୍ୟସେବା ପ୍ରଦାନ କରାଯାଇଛି, ଯାହା ଏହି ଯୋଜନାର ସଫଳ କାର‌୍ୟ୍ୟକାରିତାକୁ ଦର୍ଶାଉଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031