Indus Valley Times

କ୍ଲାସ ରୁମରେ ପିଲାମାନଙ୍କ ଗହଣରେ ବସି ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

 Breaking News

କ୍ଲାସ ରୁମରେ ପିଲାମାନଙ୍କ ଗହଣରେ ବସି ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

December 12
16:16 2021

ହିଞ୍ଜିଳିକାଟୁ,୧୨/୧୨: ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ସ୍କୁଲ ରୂପାନ୍ତରଣର ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ମାର୍ଟ କ୍ଲାସରେ ପିଲାମାନଙ୍କ ଗହଣରେ ବସିବା ସହିତ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଏତିକି ବେଳେ ଜଣେ ଛାତ୍ର ମୁଖ୍ୟମନ୍ତ୍ରୀଙ୍କୁ ଏକ ଫଟୋଚିତ୍ର ଉପହାର ଦେଉଥିବା ଦେଖିବାକୁ ମିଳିଛି। ସ୍କୁଲରେ ପ୍ରତିଷ୍ଠା ହୋଇଥିବା ଅତ୍ୟାଧୁନିକ ଲାବୋରାଟୋରି ଓ ଲାଇବ୍ରେରିକୁ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହିପରି ସ୍କୁଲ ଭିଜିଟର୍ସ ବୁକରେ ନିଜର ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ଗଞ୍ଜାମ ଜିଲ୍ଲାରେ ମୋଟ୍ ୫୩ଟି ସ୍କୁଲକୁ ସ୍ମାର୍ଟ ସ୍କୁଲରେ ରୂପାନ୍ତରଣ କରାଯାଇଛି।
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରବିବାର ଦିନ ଗଞ୍ଜାମ ଗସ୍ତରେ ଯାଇ ମା ତାରା ତାରିଣୀଙ୍କ ପବିତ୍ର ପୀଠରୁ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଗଞ୍ଜାମ ଜିଲ୍ଲାର ୨୬ଲକ୍ଷ ୭୬ ହଜାର ଲୋକ ପାଇବେ ସୁବିଧା । ଏହି ଅବସରରେ୨୧୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ମଧ୍ୟ ଉଦ୍ଘାଟନ ଓ ଶୁଭାରମ୍ଭ ହେଲା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031