Indus Valley Times

କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

 Breaking News

କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
April 06
10:07 2022

ଭଞ୍ଜନଗର,୬/୪: ପୁଣି ଜଣେ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟର ଆଉ ଜଣେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ କରୁଛି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏମ୍ଆଇ ଡିଭିଜନର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଘର ସମେତ ୬ଟି ସ୍ଥାନରେ ରେଡ୍ ଚାଲିଛି । ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାର ୬ଟି ସ୍ଥାନରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ।
ଭଂଜନଗର ଇରିଗେସନ୍ କଲୋନୀରେ ଥିବା କ୍ୱାଟର୍ସ, ଭଂଜନଗରରେ ଥିବା ଅଫିସ୍, ଭୁବନେଶ୍ୱର ଖଣ୍ଡଗିରିରେ ଥିବା ଫ୍ଲାଟ୍, କସ୍ମୋପଲିସ୍ରେ ଥିବା ଫ୍ଲାଟ୍, ଜାଗମରାରେ ଥିବା ତିନି ମହଲା କୋଠା, ଗଞ୍ଜାମ ଖଲ୍ଲିକୋଟର ଲଙ୍ଗଳେଶ୍ୱରରେ ଥିବା ପୈତୃକ ଘରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ।
୫ ଡିଏସ୍ପିଙ୍କ ସମେତ ୧୧ ଇନ୍ସପେକ୍ଟର ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଚଢ଼ାଉ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର, ବ୍ୟାଙ୍କ ପାସବୁକ ଜବତ ହୋଇଥିବା ବେଳେ ଏହାର ସମ୍ପୂର୍ଣ୍ଣ ବିବରଣୀ ମିଳିପାରିନି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031