Indus Valley Times

ଗଜପତି:ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ନୂତନ ଯୁବ ଓଡ଼ିଶା ଏବଂ ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଧାରାରେ କ୍ରୀଡ଼ା ପ୍ରତିଯୋଗିତା କାର୍ଯ୍ୟକ୍ରମ ଉଦଯାପିତ

 Breaking News

ଗଜପତି:ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ନୂତନ ଯୁବ ଓଡ଼ିଶା ଏବଂ ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଧାରାରେ କ୍ରୀଡ଼ା ପ୍ରତିଯୋଗିତା କାର୍ଯ୍ୟକ୍ରମ ଉଦଯାପିତ

December 16
10:14 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୬/୧୨: ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ ମାଧ୍ୟମିକ-(ଧନ୍ଦାମୂଳକ) ବିଦ୍ୟାଳୟର ମିଳିତ ଆନୁକୁଲ୍ୟରେ ନୂତନ ଯୁବ ଓଡ଼ିଶା – ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଧାରାରେ ଗତ ୨ ଦିନଧରି ଚାଲିଥିବା କ୍ରୀଡ଼ା ପ୍ରତିଯୋଗିତା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି ।
ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶାରୀରିକ କ୍ରୀଡ଼ା ଶିକ୍ଷୟତ୍ରୀ ଶ୍ରୀମତୀ ବିଜୟ ଲକ୍ଷ୍ମୀ ପଣ୍ଡା , କ୍ରୀଡ଼ା ବିଭାଗୀୟ ମୁଖ୍ୟ ଡ଼ଃ ମହେନ୍ଦ୍ର ରଇତ , ଡଃ ବାଗ୍ମୀ ରଞ୍ଜନ , ତ୍ରିଲୋଚନ ବାରିକ , ବି: ରଜନୀ , ସଂଯୁକ୍ତା ପାତ୍ର , , ନୋଡାଲ ଅଫିସର ଶ୍ରୀମତୀ ସୋଫିଆ ମଣ୍ଡଳ ପ୍ରଭୃତିଙ୍କ ତତ୍ତ୍ୱାବଧାନରେ ୨୦୦ ରୁ ଉର୍ଦ୍ଧ୍ବ ଛାତ୍ରୀ ଭଲିବଲ୍ ଓ କ୍ରିକେଟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ ।
ଏତଦ୍ ବ୍ୟତୀତ ଶିକ୍ଷାନୁଷ୍ଠାନର ସମସ୍ତ ଅଧ୍ୟାପକ ଅଧ୍ୟାପିକା , ଅଣ ଶିକ୍ଷକ କର୍ମଚାରୀ ବୃନ୍ଦ ଏବଂ ବହୁ ସଂଖ୍ୟାରେ ଛାତ୍ରୀ ମାନେ ଯୋଗ ଦେଇ କ୍ରୀଡ଼ା ଖେଳ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031