Indus Valley Times

ଗଜପତି : ଗଜପତି ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି : ଗଜପତି ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି : ଗଜପତି ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ
February 21
20:27 2026

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୨୧/୨ : ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ତଥା ଜିଲ୍ଲା ପ୍ରଶାସନ ଗଜପତି\’ଙ୍କ ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଗଜପତି ଜିଲ୍ଲା ରାୟଗଡ ବ୍ଲକ୍ ଅନ୍ତର୍ଗତ ରାୟଗଡ଼ ସ୍ଥିତ ମିନି ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇ ଯାଇଅଛି।
ଏହି ମେଳା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭାପତି ଶ୍ରୀ ଜି: ତିରୁପତି ରାଓ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ , ଉପାଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି , ରାୟଗଡ଼ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ଗୌତମୀ ଜାନି ଏବଂ ଜିଲ୍ଲା ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ପ୍ରମୁଖ ମଞ୍ଚାସିନ ଥିଲେ।
ଏହି ନିଯୁକ୍ତି ମେଳା କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ବ୍ଲକ ରୁ ମୋଟ ୬୧୧ଜଣ ଯୁବକ ଓ ଯୁବତୀମାନେ ସେମାନଙ୍କ ନାମ ପଞ୍ଜିକରଣ କରିଥିବା ବେଳେ ନିଯୁକ୍ତିଦାତା ଙ୍କ ଦ୍ଵାରା ସଂକ୍ଷିପ୍ତ ତାଲିକାଭୁକ୍ତ ପ୍ରାର୍ଥୀ ଭାବେ ୩୭୪ ଜଣଙ୍କୁ ଚୟନ କରଯାଇଛି ଏବଂ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ସଂସ୍ଥା ଦ୍ଵାରା ୧୯୩ ଜଣ ଟ୍ୟାଗ ହୋଇଛନ୍ତି ।
ସେଥିମଧ୍ୟରୁ ୬୭ ଜଣଙ୍କୁ ସ୍ବୀକୃତି ପତ୍ର ପ୍ରଦାନ କରାଯାଇଛି। ଆଜିର ନିଯୁକ୍ତି ମେଳାରେ ୧୯ ଗୋଟି ନିଯୁକ୍ତି ଦାତା ଅଂଶଗ୍ରହଣ କରିଥିବା ବେଳେ ୭ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ସଂସ୍ଥା ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।
ଉକ୍ତ ମେଳାରେ ରାଜ୍ୟ ଓ ରାଜ୍ୟ ବାହାରର ଘରୋଇ କମ୍ପାନୀ ମାନେ ଏଥିରେ ଯୋଗଦେଇ ପ୍ରତ୍ୟେକ ନିଯୁକ୍ତିର ସୁଯୋଗ ପ୍ରଦାନ କରିବା ସହିତ କିଛି ଘରୋଇ କମ୍ପାନୀ ତାଲିମ୍ ପ୍ରଦାନ ପରେ ନିଯୁକ୍ତି ପ୍ରଦାନ କରିବେ।
ଆଜିର ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଶ୍ରୀ ସୌଭାଗ୍ୟ ସ୍ମୃତି ରଞ୍ଜନ ତ୍ରିପାଠୀ ପ୍ରାରମ୍ଭିକ ସୂଚନା ପ୍ରଦାନ କରି କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସମ୍ୟକ୍ ସୂଚନା ପ୍ରଦାନ କରିବା ସହ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ବିଭାଗୀୟ କର୍ମଚାରୀ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ବିଭିନ୍ନ ସଂସ୍ଥାର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031