Indus Valley Times

ଗଜପତି : ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି : ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି : ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
December 05
21:58 2022

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୫/୧୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସମେତ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡା , ମୂଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ–ଜିଲ୍ଲାପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବାମଦେବ ସିଂ ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇ ପାରଳାଖେମୁଣ୍ଡି ପୌର-ପରିଷଦ , ରାଣୀପେଣ୍ଠ , କେରାଣ୍ଡି ଓ ପାଟିକୋଟା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୦୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା । ସେଥି-ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୯୮ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା-୧୦ , ୩୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରା ଯାଇଥିଲା । ଏଥି ସମେତ ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪୦୦୦/- ଟଙ୍କା ପ୍ରଦାନ କରା ଯାଇଥିବା ବେଳେ ଅନ୍ୟ ସବୁ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଥିଲେ ।
ଆଜି\’ର ଏହି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ପିଏ: ଆଇଟିଡିଏ: ଶ୍ରୀ ଫାଲଗୁନି ମାଝୀ , ଡେପୁଟି କଲେକ୍ଟର ଶ୍ରୀ ନଟବର ଗରଡା , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ପ୍ରମୁଖ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031