Indus Valley Times

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 Breaking News

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
August 07
19:22 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୭/୮: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଆଜି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ: କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗଦେଇ ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି , ବାଘଶାଳ , ରାଣୀପେଣ୍ଠ ଓ ସିଧମଡ଼ଙ୍ଗ ପଞ୍ଚାୟତର ମୋଟ- ୧୧୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା ।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୮୮ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୨୭ ଗୋଟି ଆସିଥିଲା । ଆସିଥିବା ଉଭୟ ବ୍ୟକ୍ତିଗତ ଏବଂ ଗ୍ରାମଭିତ୍ତିକ ମୋଟ ୧୧୫ ଗୋଟି ଅଭିଯୋଗ ସମସ୍ୟା ମଧ୍ୟରୁ ୩୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରା ଯାଇଥିଲା । ଏଥି ସମେତ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫ ଜଣଙ୍କୁ ୧୩ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରା ଯାଇଥିଲା ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମୋ ଘର ଯୋଜନା , ମନରେଗା, ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳସେଚନ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଏହି ଜନ ଅଭିଯୋଗ ସମସ୍ୟା ଶିବିର କାର୍ଯ୍ୟକ୍ରମରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟା ଚିକିତ୍ସା ଅଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031