Indus Valley Times

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

January 02
10:28 2024

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୨/୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ-ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନଙ୍କ ସମେତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର‌୍ୟ୍ୟକ୍ରମ\’ରେ ଯୋଗ ଦେଇ ଶୁଣାଣୀ କରିଥିଲେ ।
ଏହି ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି , କତଳ-କଇଠା , ବାଘଶାଳା , ରାଣୀପେଣ୍ଠ ଓ ସିଧମାଡ଼ଙ୍ଗ ପଞ୍ଚାୟତର ମୋଟ- ୪୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା । ସେଥି ସମସ୍ତ ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୯ ଗୋଟି ଏବଂ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୨ ଗୋଟି ଆସିଥିଲା ଏବଂ ସେହି ଅଭିଯୋଗକୁ ଶୁଣାଣି କରାଯାଇଛି ।
ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ମୁଖ୍ୟତଃ ସାମାଜିକ ସୁରକ୍ଷା , ଜଙ୍ଗଲ ଜମି ପଟ୍ଟା , ମୋ ଘର ଯୋଜନା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳସେଚନ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ପ୍ରଦୀପ କୁମାର ପାତ୍ର,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ-ଗଣ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031