Indus Valley Times

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
September 29
11:32 2026

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୨୯/୯ : ଗଜପତି ଜିଲ୍ଲା ରାୟଗଡ଼ ପଞ୍ଚାୟତ ସମିତି କାର‌୍ୟ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭାଗବତ ସାମଲ କଲ୍ୟାଣରାଓ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ପ୍ରମୁଖ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ।
ଉକ୍ତ ଶିବିର କାର୍ଯ୍ୟକ୍ରମରେ ମୋଟ ୪୮ ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୬ଟି ବ୍ୟକ୍ତିଗତ ଏବଂ ୩୨ଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା। ସେଥିମଧ୍ୟରୁ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।
ଅନ୍ୟ ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ଅଗ୍ରୱାଲ ନିର୍ଦ୍ଦେଶ ଦେଇଥିଲେ।
ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୪ଜଣ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଥିଲା।
ଉକ୍ତ ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ କାର୍ଡ, ଶିକ୍ଷା, ଜଳସେଚନ, ରାସ୍ତା, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣ ଅଭିଯୋଗ ଆସିଥିଲା।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯମରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ, ଉପ-ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ, ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧି ମାନେ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930