Indus Valley Times

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
April 10
22:52 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୦/୪: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଗଙ୍ଗାବାଡ଼ ଗ୍ରାମ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବାମଦେବ ସିଂ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା-ପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ , ପିଏ: ଆଇଟିଡିଏ: ଶ୍ରୀ ଫାଲଗୁନି ମାଝୀ ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ମଞ୍ଚାସିନ ଭାବେ ଯୋଗ ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ରାୟଗଡ଼ ବ୍ଲକର ଗଙ୍ଗାବାଡ଼ , କେରାଣ୍ଡି ଓ କନେଇପୁର ପଞ୍ଚାୟତ ସମେତ ଗୋଷାଣୀ ବ୍ଲକର ଗାରାବନ୍ଧ ଗ୍ରାମ ପଞ୍ଚାୟତର ମୋଟ ୬୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୯ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୮ ଗୋଟି ଆସିଥିଲା ।
ସମୁଦାୟ ଆସିଥିବା ୬୭ ୮ଗୋଟି ଅଭିଯୋଗ ମଧ୍ୟରୁ ମୋଟ ୮ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରା ଯାଇଥିଲା ।
ଆଜିର ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଶିବିରରେ ମୁଖ୍ୟତଃ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ପଣ୍ଡା ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଥିଲେ ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ବେଳେ ଅନ୍ୟମାନଙ୍କ ମଧ୍ୟରେ ରାୟଗଡ଼ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧିର କୁମାର ସିଂ, ତହସିଲଦାର ଶ୍ରୀମତୀ ଲୀଳାବତୀ ଆଚାର୍ଯ୍ୟ , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକଙ୍କ ସମେତ ବିଭିନ୍ନ ବିଭାଗର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣଙ୍କ , ସ୍ଥାନୀୟ ଜନ-ପ୍ରତିନିଧି ମାନେ ଓ ବିଭିନ୍ନ ଗ୍ରାମର ଅଧିବାସୀ ମାନେ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031