Legatus

ଗଜପତି: ଜିଲ୍ଲାସ୍ତରୀୟ ବିଶ୍ବ ମତ୍ସ୍ୟ ଦିବସ କାର୍ଯ୍ୟକ୍ରମ ପାଳିତ

 Breaking News

ଗଜପତି: ଜିଲ୍ଲାସ୍ତରୀୟ ବିଶ୍ବ ମତ୍ସ୍ୟ ଦିବସ କାର୍ଯ୍ୟକ୍ରମ ପାଳିତ

November 22
18:40 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୨୨/୧୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ମତ୍ସ୍ୟ ବିଭାଗ ତରଫରୁ ବିଶ୍ବ ମତ୍ସ୍ୟ ଦିବସ କାର୍ଯ୍ୟକ୍ରମ ପାଳିତ ହୋଇ ଯାଇଛି ।
ଏହି ଦିବସ ପାଳନ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ମତ୍ସ୍ୟ ଅଧିକାରୀଣୀ ଶ୍ରୀମତୀ ଲିସା ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ , ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଆର: ଉଦୟଗିରି ବ୍ଲକ୍ ଅଧ୍ୟକ୍ଷ ଶ୍ରୀ ଲକ୍ଷ୍ମୀ ନାରାୟଣ ଶବର , କାଶୀନଗର ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମ୍ମା , ଗୁମ୍ମା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ , ରାୟଗଡ଼ା ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣବାସି ନାୟକ , ଆର: ଉଦୟଗିରି ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଶ୍ରୀ ସଂଗ୍ରାମ ପରମଗୁରୁ , ଜିଲ୍ଲା ଜଳଛାୟା ବିଭାଗର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସୁରେଶ କୁମାର ପଟ୍ଟନାୟକ , ଜିଲ୍ଲା କୃଷି ଉଦ୍ୟାନ ବିଭାଗ ଉପ ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ ରଞ୍ଜନ ଦାସ ଏବଂ ଗଜପତି ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡା.ଧର୍ମାନନ୍ଦ ମହାନ୍ତି , ପ୍ରମୁଖ ମଞ୍ଚାସିନ ଥିଲେ ।
ଜିଲ୍ଲାପାଳ ଶ୍ରୀ ପ୍ରଧାନ ଏହି ଅବସରରେ କହିଥିଲେ ଯେ , ଗଜପତି ଜିଲ୍ଲାରେ ଅଧିକ ଜଳାଶୟ ଥିବା ଯୋଗୁଁ ତାହା ମାଛ ଚାଷ କରିବା ପାଇଁ ବହୁତ ଉପଯୋଗୀ ରହିଛି।
ମାଛ ଏକ ଲାଭ ଜନକ ଚାଷ , ଏଥି ନିମନ୍ତେ ସରକାର ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେଉଛନ୍ତି। ଏଣୁ ଗଜପତି ଜିଲ୍ଲାର ସମସ୍ତ ଚାଷୀ ଭାଇ ଭଉଣୀମାନେ ଅଧିକରୁ ଅଧିକ ମାଛ ଚାଷ କରି ଆଗେଇ ଆସିବାକୁ ଆହ୍ବାନ ଦେଇଥିଲେ। ମାଛ ଚାଷ କରି ଚାଷୀ ମାନେ କମ ଦିନ ମଧ୍ୟରେ ଅଧିକ ଲାଭବାନ ହୋଇ ପାରିବେ ବୋଲି ଜିଲ୍ଲାପାଳ ଶ୍ରୀ ପ୍ରଧାନ କହିଥିଲେ ।
ଏହି ଦିବସ ପାଳନ ଅବସରରେ ମାଛ ଚାଷ ଓ ଜାଆଁଳା ଉତ୍ପାଦନ କ୍ଷେତ୍ରରେ ବୈଜ୍ଞାନିକ ପଦ୍ଧତିରେ କିପରି ଚାଷ କରିପାରିବେ ସେ ସମ୍ପର୍କରେ ବିଭିନ୍ନ ବିଭାଗର ଅଧିକାରୀ ମାନେ ଚାଷୀ ଭାଇ ଭଉଣୀ ମାନଙ୍କୁ ବୁଝାଇ ଥିଲେ।
ଏହି ଅବସରରେ ଜିଲ୍ଲାର ତିନି ଜଣ ସଫଳ ମାଛ ଚାଷୀଙ୍କୁ ବିଭାଗ ପକ୍ଷରୁ ମାନପତ୍ର ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରା ଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ା.ନାରାୟଣ ମହାପାତ୍ର , ପାରଳାଖେମୁଣ୍ଡି ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ା.ରମାକାନ୍ତ ରଣା , ଜିଲ୍ଲା କୃଷି ଅଧିକାରୀ ଇରେନୀୟାସ ପ୍ରଧାନଙ୍କ ସମେତ ସମସ୍ତ ବ୍ଳକର ସହକାରୀ ମତ୍ସ୍ୟ ଅଧିକାରୀ , ଚାଷୀ , ଉଦ୍ୟୋଗୀ ଏବଂ ମହିଳା ସ୍ବୟଂସହାୟକ ଗୋଷ୍ଠୀର କାର୍ଯ୍ୟକର୍ତ୍ତା ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
ଏହି ସମସ୍ତ କାର୍ଯ୍ୟକ୍ରମକୁ ଅତିରିକ୍ତ ମତ୍ସ୍ୟ ଅଧିକାରୀ-ରାୟଗଡ଼ ଶ୍ରୀ କିଶୋର ଚନ୍ଦ୍ର ପତି ବୈଠକ ପରିଚାଳନା କରିଥିବା ବେଳେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31