Indus Valley Times

ଗଜପତି : ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି : ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ

September 27
20:58 2024

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୨୭/୯: ମାନ୍ୟବର ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ , କଟକ ଏବଂ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ଠାରେ ସୋସିଆଲ ମିଡ଼ିଆ ସୁରକ୍ଷା ଏବଂ ସାଇବର ଆଇନ ସମ୍ପର୍କିତ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଶିବିର କାର୍ଯ୍ୟକ୍ରମରେ ମାନ୍ୟବର ଜିଲ୍ଲା ଦୌରାଜଜ ତଥା ପ୍ରାଧିକରଣର ଅଧ୍ୟକ୍ଷା ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ପୌରହିତ୍ୟରେ ପରିବାର ଅଦାଲତର ବିଚାରପତି ଶ୍ରୀ ଅଶୋକ କୁମାର ପହି , ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ନରୋତ୍ତମ ସେଠୀ ,ବରିଷ୍ଠ ବିଭାଗ ଦେୱାନୀ ଅଦାଲତର ମାଜିଷ୍ଟ୍ରେଟ ଶ୍ରୀ ସନ୍ତୋଷ କୁମାର ଅଗ୍ରୱାଲ , ସିଭିଲ କୋର୍ଟ ରେଜିଷ୍ଟ୍ରାର ଶ୍ରୀ ପ୍ରସନ୍ନ କୁମାର ବେହେରା , ପ୍ରାଧିକରଣର ସଚିବ ଶ୍ରୀ ବିମଳ ରାଉଳ , ମହିଳା ଅଦାଲତ ବିଚାରପତି ଶ୍ରୀମତୀ ରଶ୍ମିତା ସାହୁ , ଉପଖଣ୍ଡିୟ ବିଚାର ବିଭାଗ ମାଜିଷ୍ଟ୍ରେଟ ଶ୍ରୀମତୀ ବିଷ୍ଣୁପ୍ରିୟା ସାମନ୍ତରାୟ , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀ ଶିବାଶିଷ ପାଣି ପ୍ରମୁଖ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ମାନେ ଯୋଗ ଦେଇଥିଲେ ।
ଏହି ଶିବିର କାର୍ଯ୍ୟକ୍ରମରେ ସାଇବର ଏକସପାର୍ଟ ଶ୍ରୀ ସଞ୍ଜୟ କୁମାର ପାଢ଼ୀ ଯୋଗ ଦେଇ ସାଇବର ଆଇନ ଓ ସୋସିଆଲ ମିଡ଼ିଆ ସୁରକ୍ଷାର ବିଭିନ୍ନ ଦିଗ ଉପରେ ପୁଙ୍ଖାନୁପୁଙ୍ଖ ଭାବେ ଉପସ୍ଥିତ ଓକିଲ ଓ ଜନସାଧାରଣଙ୍କୁ ବୁଝାଇ ସଚେତନ କରାଇଥିଲେ ।
ଏହି ସମସ୍ତ କାର୍ଯ୍ୟକ୍ରମକୁ ପ୍ରାଧିକରଣର କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031