Indus Valley Times

ଗଜପତି: ଜିଲ୍ଲା ଗ୍ରାହକ ଅଧିକାର ସୁରକ୍ଷା ସଂଘ ପକ୍ଷରୁ “ଜାତୀୟ ଗ୍ରାହକ ସୁରକ୍ଷା ଦିବସ-୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି: ଜିଲ୍ଲା ଗ୍ରାହକ ଅଧିକାର ସୁରକ୍ଷା ସଂଘ ପକ୍ଷରୁ “ଜାତୀୟ ଗ୍ରାହକ ସୁରକ୍ଷା ଦିବସ-୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ

December 26
08:45 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୨୬/୧୨: ପାରଳାଖେମୁଣ୍ଡି ସ୍ଥିତ ୟୁ-ଟେକ କମ୍ପ୍ୟୁଟର ପ୍ରଶିକ୍ଷଣ କେନ୍ଦ୍ରର ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ଗ୍ରାହକ ଅଧିକାର ସୁରକ୍ଷା ସଂଘ୍ ପକ୍ଷରୁ “ଜାତୀୟ ଗ୍ରାହକ ସୁରକ୍ଷା ଦିବସ ୨୦୨୩ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।
ଏହି ଅବସରରେ ଅନୁଷ୍ଠିତ ଏକ ସଚେତନତା ସଭା କାର୍ଯ୍ୟକ୍ରମରେ ଗ୍ରାହକ ଅଧିକାର ସୁରକ୍ଷା ସଂଘର ଉପ ସଭାପତି ଶ୍ରୀମତୀ ତନୁଜା ଶତପଥୀ ଙ୍କ ଅଧ୍ୟକ୍ଷତା ରେ , ମୁଖ୍ୟ ଅତିଥି ଭାବେ ରାଜ୍ୟପକ୍ଷଳ ପୁରସ୍କାର ପ୍ରାପ୍ତ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଶିକ୍ଷାବିତ୍ ଶ୍ରୀ ବିଚିତ୍ରକ୍ଷ ନନ୍ଦ ବେବର୍ତ୍ତା , ମୁଖ୍ୟବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ଶ୍ରୀ ଭାଗବତ ପାଢ଼ୀ , ସଂଘର ଜିଲ୍ଲା ସମ୍ପାଦକ ଶ୍ରୀ ରକମ ଲୋକନାଥ ଏବଂ ସଂଯୋଜକ ଶ୍ରୀ ଲୋକନାଥ ମିଶ୍ର ପ୍ରମୁଖ ମଞ୍ଚାସିନ ଭାବେ ଯୋଗ ଦେଇ ଗ୍ରାହକର ସୁରକ୍ଷା ଓ ମୌଳିକ ଅଧିକାର ସମ୍ପର୍କରେ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।
ଏହି ସମସ୍ତ କାର୍ଯ୍ୟକ୍ରମରେ ଶ୍ରୀ ଶିଶିର କୁମାର ଭଞ୍ଜସାମନ୍ତ ଓ ମୁଚି ବାଙ୍ଗାରୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।
ଏହି ଅବସରରେ ଗ୍ରାହକର ସୁରକ୍ଷା ଓ ସେମାନଙ୍କ ମୌଳିକ ଅଧିକାର ସମ୍ପର୍କିତ ବିଷୟ ଉପରେ ଏକ ତର୍କ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ତର୍କ ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟର ବହୁ ସଂଖ୍ୟକ ଛାତ୍ରୀ ଅଂଶଗ୍ରହଣ କରିଥିଲେ ,କୃତୀ ପ୍ରତିଯୋଗୀ ମାନଙ୍କୁ ପ୍ରମାଣପତ୍ର ସହ ପୁରସ୍କାର ପ୍ରଦାନ କରା ଯାଇଥିଲା ।
କାର୍ଯ୍ୟକ୍ରମ ଶେଷରେ ଶ୍ରୀ ଲିଙ୍ଗରାଜ ପାଣଗ୍ରାହୀ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031