Indus Valley Times

ଗଜପତି : ତୃଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତି ଓ ସର୍ଭେ ନିମନ୍ତେ ମୁଖ୍ୟ ପ୍ରଶିକ୍ଷକଙ୍କ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ

 Breaking News

ଗଜପତି : ତୃଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତି ଓ ସର୍ଭେ ନିମନ୍ତେ ମୁଖ୍ୟ ପ୍ରଶିକ୍ଷକଙ୍କ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ

ଗଜପତି : ତୃଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତି ଓ ସର୍ଭେ ନିମନ୍ତେ ମୁଖ୍ୟ ପ୍ରଶିକ୍ଷକଙ୍କ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ
October 09
19:31 2026

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୯/୧୦ : ଗଜପତି ଜିଲ୍ଲାରେ ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତି ନିମନ୍ତେ ସର୍ଭେ କାର୍ଯ୍ୟକୁ ସୁବ୍ୟବସ୍ଥିତ ଓ ସଠିକ୍ ଭାବେ ସମ୍ପାଦନ କରିବା ଉଦ୍ଦେଶ୍ୟରେ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ମୁଖ୍ୟ ପ୍ରଶିକ୍ଷକ ମାନଙ୍କ ଏକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।
ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଆୟୋଜିତ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।
ଏଥିରେ ଜିଲ୍ଲାର ବିଭିନ୍ନ ସମସ୍ତ ବ୍ଲକ୍‌ର ବିଡିଓ, ଜିପିଡିଓ , ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଏବଂ ବୁଥ୍‌ସ୍ତରୀୟ ଅଧିକାରୀ (ବିଏଲଓ)ମାନେ ଯୋଗଦେଇଥିଲେ।
ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଆଗାମୀ ନିର୍ବାଚନ ପାଇଁ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଭୋଟର ସର୍ଭେ କାର୍ଯ୍ୟକୁ ସଠିକ୍ ଭାବେ ପରିଚାଳନା କରିବା ସହ ଏକ ସ୍ୱଚ୍ଛ, ନିର୍ଭୁଲ ଓ ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ ଦିଆଯାଇଥିଲା।
ଯୋଗ୍ୟ ନାଗରିକଙ୍କ ନାମ ତାଲିକାରେ ସାମିଲ କରିବା, ଭୋଟରଙ୍କ ତଥ୍ୟ ଯାଞ୍ଚ କରିବା ଏବଂ ତାଲିକାରେ ଥିବା ତ୍ରୁଟିଗୁଡ଼ିକୁ ଚିହ୍ନଟ କରିବା ଦିଗରେ ଆବଶ୍ୟକ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା।
ଏହି ପ୍ରଶିକ୍ଷଣ ମାଧ୍ୟମରେ ସର୍ଭେ କାର୍ଯ୍ୟରେ ନିୟୋଜିତ ଅଧିକାରୀମାନେ ନିଜ ନିଜ ଅଞ୍ଚଳରେ ଦାୟିତ୍ୱର ସହ କାର୍ଯ୍ୟ ସମ୍ପାଦନ କରିବା ସହ ଘର ଘର ବୁଲି ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତିରେ ସହଯୋଗ କରିବା ପାଇଁ ସମସ୍ତ ଅଧିକାରୀଙ୍କୁ ଅବଗତ କରାଯାଇଥିଲା।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031