Indus Valley Times

ଗଜପତି: ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

 Breaking News

ଗଜପତି: ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

July 04
19:41 2022

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୪/୭: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ଡ଼. ମନସ୍ୱିନୀ ଦାଶ , ଶିକ୍ଷା ବିଭାଗର ବରିଷ୍ଠ ପ୍ରାଧ୍ୟାପିକାଙ୍କ ନେତୃତ୍ବରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।
ଜାତୀୟ ସେବା ଯୋଜନାର ଅଧିକାରୀ ତଥା ଇତିହାସ ବିଭାଗର ବରିଷ୍ଠ ଅଧ୍ୟାପକ ଡ଼. ନୃସିଂହ ପ୍ରସାଦ ପାଣିଗ୍ରାହୀ , ବିଦ୍ୟାଳୟର ବାଳିକା ମାନଙ୍କୁ ନେଇ ବିଭିନ୍ନ ପ୍ରକାରର ବୃକ୍ଷଚାରା ଯଥା ଟେକ୍ , ଲିମ୍ବ ଏବଂ ବିଭିନ୍ନ ପ୍ରକାରର ଔଷଧୀୟ ବୃକ୍ଷ ରୋପଣ କରା ଯାଇଥିଲା।
ବିଦ୍ୟାଳୟର ସମସ୍ତ ଅଧ୍ୟାପକ , ଅଧ୍ୟାପିକା ଏବଂ ଅଣଶିକ୍ଷକ କର୍ମଚାରୀ ପ୍ରମୁଖ ଯୋଗଦେଇ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ସଫଳ କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031