Indus Valley Times

ଗଞ୍ଜାମ ଏସପି ଅଫିସ ଆଗରେ ଆତ୍ମାହୁତି ଉଦ୍ୟମ କରିଥିବା ଯୁବକଙ୍କର ମୃତ୍ୟୁ

 Breaking News

ଗଞ୍ଜାମ ଏସପି ଅଫିସ ଆଗରେ ଆତ୍ମାହୁତି ଉଦ୍ୟମ କରିଥିବା ଯୁବକଙ୍କର ମୃତ୍ୟୁ

ଗଞ୍ଜାମ ଏସପି ଅଫିସ ଆଗରେ ଆତ୍ମାହୁତି ଉଦ୍ୟମ କରିଥିବା ଯୁବକଙ୍କର ମୃତ୍ୟୁ
May 15
11:25 2022

ବ୍ରହ୍ମପୁର, ୧୫/୫: ଗଞ୍ଜାମ ଏସ୍ପି ଅଫିସ୍ ସମ୍ମୁଖରେ ଗତକାଲି ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିବା ଯୁବକଙ୍କର ମୃତ୍ୟୁ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କର ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି।
ମୃତ ଯୁବକଙ୍କ ନାଁ ବାଦଲ ସାହୁ। ତାଙ୍କ ଘର ରମ୍ଭା ଥାନା ଅନ୍ତର୍ଗତ ବୋରିଗାଁରେ। ତେବେ ସେ କାହିଁକି ଏମିତି ଚରମ ପଦକ୍ଷେପ ନେଲେ, ତାହା ଜଣାପଡ଼ି ନାହିଁ। ସେ ଏସ୍ପିଙ୍କୁ ଭେଟି ନଥିଲେ କି ତାଙ୍କ ସମସ୍ୟା ବିଷୟରେ କହି ନଥିଲେ। ସେ ଘରେ କାହାକୁ ନ କହି ବାଇକ୍ରେ ଛତ୍ରପୁର ଆସିଥିଲେ।
ସେଠାରେ ଅପରାହ୍ଣରେ ଏସ୍ପି ଅଫିସ୍ ସମ୍ମୁଖରେ ମୁଖ୍ୟ ରାସ୍ତାରେ ହଠାତ୍ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଏସ୍ପି ଅଫିସ୍ର କିଛି କର୍ମଚାରୀ ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ। ତେବେ ସେତେବେଳକୁ ତାଙ୍କ ଶରୀରର ସବୁ ଅଂଶ ପୋଡ଼ି ସାରିଥିଲା।
ତାଙ୍କୁ ଉଦ୍ଧାର କରି ପ୍ରଥମେ ଛତ୍ରପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ନିଆଯାଇଥିଲା। ସେଠାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।
ମିଳିଥିବା ସୂଚନା ଅନୁଯାୟୀ, କିଛି ବର୍ଷ ଧରି ବାଦଲଙ୍କୁ ଗାଁ ଲୋକେ ବାସନ୍ଦ କରିଥିଲେ। ଗାଁର ଏକ ଭୋଜିରେ ବାଦଲ ତାଙ୍କ ପରିବାରର ସଂପତ୍ତି ଭାଗବଣ୍ଟାକୁ ନେଇ ପାଟିତୁଣ୍ଡ କରିଥିଲେ। ଏନେଇ ସେ ଗ୍ରାମବାସୀଙ୍କ କଥା ନଶୁଣିବାରୁ ତାଙ୍କୁ ବାସନ୍ଦ କରାଯାଇଥିଲା।
ସେହିଭଳି ରମ୍ଭା ଥାନାରେ ବାଦଲଙ୍କ ନାଁରେ ଏକ ମାମଲା ରହିଥିଲା। ସେ ଜଣେ ବ୍ୟକ୍ତିଙ୍କୁ ଗାଳିଗୁଲଜ କରିବା ନେଇ ଏହି ମାମଲା ରୁଜୁ ହୋଇଥିଲା। ଏହାର ତଦନ୍ତ ଜାରି ରହିଥିଲା। ତେବେ ତା’ ଭିତରେ ଏମିତି କ’ଣ ଘଟିଥିଲା ଯେ ବାଦଲ ଏମିତି ଏକ ପଦକ୍ଷେପ ନେଲେ, ତାହା ସ୍ପଷ୍ଟ ହୋଇପାରିନି। ତଦନ୍ତ ପରେ ଏହି ଘଟଣାର ସତ ସାମ୍ନାକୁ ଆସିବ ବୋଲି ଗଞ୍ଜାମ ଏସ୍ପି କହିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031