Indus Valley Times

ଗଞ୍ଜେଇ ସହ ବାଇକ ଜବତ: ଦୁଇ ଜଣ ଗଞ୍ଜେଇ ମାଫିଆ ଗିରଫ

 Breaking News

ଗଞ୍ଜେଇ ସହ ବାଇକ ଜବତ: ଦୁଇ ଜଣ ଗଞ୍ଜେଇ ମାଫିଆ ଗିରଫ

ଗଞ୍ଜେଇ ସହ ବାଇକ ଜବତ: ଦୁଇ ଜଣ ଗଞ୍ଜେଇ ମାଫିଆ ଗିରଫ
April 17
22:34 2023

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡ଼ା,୧୭/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା ।ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ୍ । ୪୧ କେଜି ୧୦୦ ଗ୍ରାମ ଓଜନର ବେଆଇନ୍ ଗଞ୍ଜେଇ ସହ ଗୋଟିଏ ବାଇକ କୁ ଜବତ କରିଛି ବାଲିଗୁଡ଼ା ପୋଲିସ୍ । ଘଟଣାରେ ସଂପୃକ୍ତ ଦୁଇ ଜଣ ମାଫିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ୍ ।
ସୂଚନା ପ୍ରକାରେ ବାଲିଗୁଡ଼ା ଥାନା ପୋଲିସ୍ ପାଟ୍ରୋଲିଂ କରୁଥିବା ବେଳେ ବିପୁଳ ପରିମାଣର ବେଆଇନ୍ ଗଞ୍ଜେଇ ରାଜ୍ୟ ବାହାରକୁ ଚୋରା ଚାଲାଣ ହେଉଥିବା ଖବର ପାଇବା ପରେ ପେଟ୍ରୋଲିଂ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଥିଲା । ଗଞ୍ଜେଇ ଧରି ଯାଉଥିବା ବାଇକ ନଂ.ସିଜି-୨୨-ଏଲ- ୪୬୪୮ ଟି ଦୃତ ଗତିରେ ଯାଉଥିବା ବେଳେ ବାଲିଗୁଡା ଥାନା ସିନ୍ଦ୍ରିଗାଁ ପଞ୍ଚାୟତ କିଲାରଘାଟ ନିକଟରେ କାବୁ କରିବାରେ ସକ୍ଷମ ହୋଇଥିଲା ପୋଲିସ୍ ।
ସେଥିରୁ ୪୧ କେଜି ୧୦୦ ଗ୍ରାମ ବେଆଇନ୍ ଗଞ୍ଜେଇ ଜବତ କରିବା ସହ ଦୁଇ ଜଣ ମାଫିଆଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ୍ । ଜବତ ଗଞ୍ଜେଇ ବାଲିଗୁଡ଼ା ଥାନା ଅଞ୍ଚଳରୁ ବାହାର ରାଜ୍ୟକୁ ଚୋରା ହେଉଥିବା ବେଳେ ଗିରଫ ଦୁଇ ଜଣ ହେଲେ ଛତିଶଗଡର ଦେଓଭୋଗ ଅଞ୍ଚଳର ସମୀର ସୋନୀ ଓ ଶ୍ୟାମଲାଲ ସୋନୀ ହୋଇଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି । ଏନେଇ ବାଲିଗୁଡ଼ା ଥାନା କେଶ୍ ନଂ.୧୦୩/୨୩ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ବିଷୟ ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର ସରାଫ୍ ପ୍ରକାଶ କରିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031