Indus Valley Times

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୩ କରୋନା ପଜିଟିଭ୍ ଚିହ୍ନଟ , ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୩୪୯ଜଣକୁ ବୃଦ୍ଧି

 Breaking News

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୩ କରୋନା ପଜିଟିଭ୍ ଚିହ୍ନଟ , ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୩୪୯ଜଣକୁ ବୃଦ୍ଧି

March 02
10:02 2022

ଭୁବନେଶ୍ୱର ,୨/୩ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୩୪୯ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୮ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ ଓ ଯାଜପୁର ଜିଲ୍ଲାରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୬୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୪୦୪୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୩୫୮୭୪୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031