Indus Valley Times

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୮୨ ଦୈନିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ,୬୫ ଜଣଙ୍କ ମୃତ୍ୟୁ

 Breaking News

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୮୨ ଦୈନିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ,୬୫ ଜଣଙ୍କ ମୃତ୍ୟୁ

July 11
09:14 2021

ଭୁବନେଶ୍ୱର, ୧୧/୭ : ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧୭ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୯୬୭ଟି ହେଉଛି ଲୋକାଲ୍ କେସ୍। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୫ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି ପାଇଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୯୨ ଜଣ ଥିବା ବେଳେ କଟକରୁ ୨୮୯, ବାଲେଶ୍ୱରରୁ ୧୪୬, ମୟୂରଭଞ୍ଜରୁ ୧୪୧, ପୁରୀରୁ ୧୨୭, ଯାଜପୁରରୁ ୧୧୧ ଓ ଷ୍ଟେଟ୍ ପୁଲ୍ରୁ ୧୧୭ ଜଣ ଅଛନ୍ତି।
ଅନୁଗୋଳ ଜିଲ୍ଲାରୁ ୬୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୭, ଭଦ୍ରକରୁ ୭୧, ବଲାଙ୍ଗିରରୁ ୯, ବୌଦ୍ଧରୁ ୧୦, ଦେବଗଡ଼ରୁ ୬, ଢେଙ୍କାନାଳରୁ ୫୫, ଗଜପତିରୁ ୮, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୭୩, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୧୨, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୬୨, କେନ୍ଦୁଝରରୁ ୫୧, କୋରାପୁଟରୁ ୪୦, ମାଲକାନଗିରିରୁ ୩୨, ନବରଙ୍ଗପୁରରୁ ୧୨, ନୟାଗଡ଼ରୁ ୮୩, ନୂଆପଡ଼ାରୁ ୨, ରାୟଗଡ଼ାରୁ ୧୫,ସମ୍ବଲପୁରରୁ ୧୮, ସୋନପୁରରୁ ୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬୭ ଜଣ ଚିହ୍ନଟ ହୋଇଛନ୍ତି।
୨୨୮୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୯ ହଜାର ୭୫୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯ ହଜାର ୬୩୯ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିପରି ୨୫ ହଜାର ୪୬୧ ଜଣ ଚିକିତ୍ସାଧୀନ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031