Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୩୦ ଜଣ ଶିଶୁ ଓ କିଶୋର

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସ୍କ ୩୦ ଜଣ ଶିଶୁ ଓ କିଶୋର

December 14
10:43 2021

ଭୁବନେଶ୍ୱର, ୧୪/୧୨: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବରରୁ ୧ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୧୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୩ ଜଣ, ଜଗତସିଂହପୁରୁ ୧ ଜଣ, ଯାଜପୁରରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, ଖୋର୍ଦ୍ଧାରୁ ୮୨ ଜଣ, ମୟୂରଭଞ୍ଜରୁ ୧୨ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୪ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୧ହଜାର ୯୨୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୧ ହଜାର ୫୩୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୯୦୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031