Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧,୦୮୬ ଜଣ କରୋନା ପଜିଟିଭ ଚିହ୍ନଟ ; ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୬୯ ଜଣ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧,୦୮୬ ଜଣ କରୋନା ପଜିଟିଭ ଚିହ୍ନଟ ; ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୬୯ ଜଣ

January 18
10:02 2022

ଭୁବନେଶ୍ବର, ୧୮/୧: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧,୦୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୪୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୬୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୬୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୬୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩୯ ଜଣ, ବାଲେଶ୍ୱରରୁ ୩୨୩ ଜଣ, ବରଗଡ଼ରୁ ୧୨୫ ଜଣ, ଭଦ୍ରକରୁ ୧୩୨ ଜଣ, ବଲାଙ୍ଗୀରରୁ ୩୦୦ ଜଣ, ବୌଦ୍ଧ ଜିଲ୍ଲାରୁ ୮୩, କଟକରୁ ୭୬୬ ଜଣ, ଦେବଗଡ଼ରୁ ୫୩ ଜଣ, ଢେଙ୍କାନାଳରୁ ୧୫୭ ଜଣ, ଗଜପତିରୁ ୯୩, ଗଞ୍ଜାମରୁ ୧୧୬ ଜଣ, ଜଗତସିଂହପୁରରୁ ୨୭୩ ଜଣ, ଯାଜପୁରରୁ ୨୭୫ ଜଣ, ଝାରସୁଗୁଡ଼ାରୁ ୧୩୨ ଜଣ, କଳାହାଣ୍ଡିରୁ ୨୫୩ ଜଣ, କନ୍ଧମାଳରୁ ୫୧ ଜଣ, କେନ୍ଦ୍ରାପଡ଼ାରୁ ୮୫ ଜଣ, କେଉଁଝରରୁ ୨୨୩ ଜଣ ଓ ଖୋର୍ଦ୍ଧାରୁ ୩୪୬୯ ଜଣ ଚିହ୍ନଟ ହୋଇଛନ୍ତି ।
ସେହିପରି କୋରାପୁଟରୁ ୧୯୬ ଜଣ, ମାଲକାନଗିରିରୁ ୫୪ ଜଣ, ମୟୁରଭଞ୍ଜରୁ ୩୯୩ ଜଣ, ନବରଙ୍ଗପୁରରୁ ୧୩୭, ନୟାଗଡ଼ରୁ ୧୪୯ ଜଣ, ନୂଆପଡ଼ାରୁ ୧୦୪ ଜଣ, ପୁରୀରୁ ୧୮୮ ଜଣ, ରାୟଗଡ଼ାରୁ ୧୮୭ ଜଣ, ସମ୍ୱଲପୁରରୁ ୩୦୨ ଜଣ, ସୋନପୁରରୁ ୧୫୩, ସୁନ୍ଦରଗଡ଼ରୁ ୧୪୧୬ ଜଣ ଓ ଷ୍ଟେଟ ପୁଲରୁ ୭୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୧,୫୫,୪୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୦,୬୬, ୦୩୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୦, ୯୧୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031