Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୮୫୨ଜଣକୁ ବୃଦ୍ଧି

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୮୫୨ଜଣକୁ ବୃଦ୍ଧି

March 16
10:06 2022

ଭୁବନେଶ୍ୱର, ୧୬/୩ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୮୫୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୮୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୯୩୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୦୧୧୪୦୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031