Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ
May 18
10:26 2022

ଭୁବନେଶ୍ୱର ୧୮/୫ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୨୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫ ସ୍ଥାନୀୟ ସଂକ୍ରମିତ ରହିଛନ୍ତି
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୦୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୬୯୩୪୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30