Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ
May 24
10:01 2022

ଭୁବନେଶ୍ୱର ୨୪/୫ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୮୭ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୧୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୬୫୧୬୯୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031